Posted inଗଜପତି

ଦ୍ରୁତ ଗତିରେ ଚାଲିଛି ମୋହନା ସ୍ମାର୍ଟ ଶ୍ରେଣୀଗୃହ କାର୍ଯ୍ୟ

ଆର.ଉଦୟଗିରି,୨୪।୩(ଡି.ଏନ.ଏ.): ମୋହନା ବ୍ଲକରେ ଦ୍ୱିତୀୟ ଥରରେ ଆସିଥିବା ୧୭ ସ୍ମାର୍ଟ ଶ୍ରେଣୀ ଗୃହ ମଧ୍ୟରୁ ଗ୍ରାମର ବିମଳା ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ବିଦ୍ୟାଳୟ ସ୍ମାର୍ଟ ଶ୍ରେଣୀ ଗୃହ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି। ଏହି ଦୁଇଟି ବିଦ୍ୟାଳୟରେ ସ୍ଥାନୀୟ ବ୍ଲକର କନିଷ୍ଠ ଯନ୍ତ୍ରୀ ଇଂ. ସଂଗ୍ରାମ ବେହେରା ଦିବାରାତ୍ର ରହି ନିଜେ ମିସ୍ତ୍ରିଙ୍କୁ ଧରି କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଛି। ଏହି କାର୍ଯ୍ୟକୁ ବିଡିଓ ତପସ୍ବିନୀ ହଁାସଦା ଏବଂ ସହକାରୀ ଯନ୍ତ୍ରୀ ଇଂ. ଜଗବନ୍ଧୁ ଆଚାର୍ଯ୍ୟଙ୍କ ସମେତ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ.ଆଶିଷ କୁମାର ଶତପଥୀ ପ୍ରମୁଖ ତଦାରଖ କରୁଛନ୍ତି। ଏହି ସ୍ମାର୍ଟ ଶ୍ରେଣୀ ଗୃହରେ ନିର୍ମାଣ କାର୍ଯ୍ୟ ବାବଦକୁ ସରକାର ୩୬ ଲକ୍ଷ ଟଙ୍କା ବ୍ୟୟ ବରାଦ କରିଥିବା ବେଳେ ଏହି ଅର୍ଥ ଯଥେଷ୍ଟ ନୁହେଁ ବୋଲି ସାଧାରଣରେ ଆଲୋଚନା ହେଉଛି। ଏଥିସହ ମୋହନା ବ୍ଲକ ନିକଟରେ ଥିବା ଉଚ୍ଚ ବିଦ୍ୟାଳୟ ସରକାର ସ୍ମାର୍ଟ ଶ୍ରେଣୀ ଗୃହ ନିମନ୍ତେ ଘୋଷଣା କରିଥିବା ବେଳେ ବିଦ୍ୟାଳୟରେ ସମସ୍ତ କାର୍ଯ୍ୟ ଶେଷ ଅବସ୍ଥାରେ ପହଞ୍ଚି ଥିବା ବେଳେ ସ୍ମାର୍ଟ ଶ୍ରେଣୀ ଗୃହ ନାମକୁ ମାତ୍ର ବୋଲି ଚର୍ଚ୍ଚା ହେଉଛି। କାରଣ ଉକ୍ତ ବିଦ୍ୟାଳୟଟି ଖୋଲାରେ ପଡିରହିଛି। କିନ୍ତୁ ଦୀର୍ଘ ବର୍ଷ ହେଲାଣି ବିଦ୍ୟାଳୟ କାର୍ଯ୍ୟ ଶେଷ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ବିଦ୍ୟାଳୟର ପାଚେରି ନିର୍ମାଣ କରାଯାଇନାହିଁ। ତେଣୁ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେଇ ବିଦ୍ୟାଳୟର ପାଚେରି ନିର୍ମାଣ କରିବାକୁ ସାଧାରଣରେ ଦାବି ହେବା ସହ ଶୃଙ୍ଖଳାର ସହ ଶିକ୍ଷୟିତ୍ରୀ ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କୁ ପଢାଇବାରେ ବ୍ୟାଘାତ ସୃଷ୍ଟି ହେବ ନାହିଁ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ସରକାରୀ ଜମି ଛାଡିଲେ ନାହିଁ : ଜିଦ୍‌ରେ ଅଟଳ ଅନକ ଡୁଙ୍ଗୁରୁ ଗ୍ରାମବାସୀ, ଲାଗିଲା ୧୬୩ ଧାରା

ମୋହନା,୧୩।୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନକଡୁଙ୍ଗୁରୁ ଗାଁ ନିକଟରେଥିବା ବିବାଦୀୟ ସରକାରୀ ଜମିରେ ଲାଗିଲା ବିଏନ୍‌ଏସ୍‌ ଧାରା ୧୬୩ । କିଛିଦିନ ହେଲା...

ଦୁଇ ଦିନ ହେଲାଣି ତୁଷାରପାତ, ପ୍ରବଳ ଥଣ୍ଡାରେ ଥରୁଛି ଜି.ଉଦୟଗିର

ଜି.ଉଦୟଗିରି, ୧୨।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଶୀତଳତମ ସହର ଜି.ଉଦୟଗିରି ଅଞ୍ଚଳରେ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଜାଡ଼ ଥଣ୍ଡା ସହ କୋହଲା...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ

ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର...

ଜି.ଉଦୟଗିରିରେ କଲବଲ କରୁଛି ହାଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri