Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କଲେ ଏହି କ୍ରିକେଟର

କରାଚି,୧୭।୧୨: ପାକିସ୍ତାନର ବାମହାତୀ ଦ୍ରୁତ ବୋଲର ମହମ୍ମଦ ଆମିର ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରି ପ୍ରଶଂସକଙ୍କୁ ଚମକାଇ ଦେଇଛନ୍ତି। ଏଥିସହ ସେ ପାକିସ୍ତାନ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ପିସିବି) ତାଙ୍କୁ ମାନସିକ ନିର୍ଯାତନା ଦେଉଥିବା ସେ ଅଭିଯୋଗ କରିଛନ୍ତି। ତେବେ ୨୦୧୭ରେ ଭାରତ ବିପକ୍ଷରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଚମତ୍କାର ବୋଲିଂ କରି ପାକିସ୍ତାନ ପାଇଁ ଚାମ୍ପିଅନ୍ସ ଟ୍ରଫି ଜିତିଥିଲେ ଆମିର। ହେଲେ ଅଚାନକ ତାଙ୍କର ଏଭଳି ନିଷ୍ପତ୍ତି ଅନେକଙ୍କୁ ନିରାଶ କରିଛି।

ଆମିରଙ୍କ ଖେଳ ଜୀବନକୁ ଯଦି ଦେଖାଯାଏ ତେବେ ସେ ମାତ୍ର ୧୭ ବର୍ଷ ବୟସରେ ଡେବ୍ୟୁ କରିଥିଲେ। ହେଲେ ପରବର୍ତ୍ତୀ ସମୟରେ ସେ ଇଂଲଣ୍ଡରେ ସ୍ପୋର୍ଟ ଫିକ୍ସିଂ ମାମଲାରେ ଛନ୍ଦି ହୋଇ ପଡ଼ିଥିଲେ। ଏଣୁ ତାଙ୍କୁ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ପାଇଁ ୫ ବର୍ଷ ଯାଏ ବାରଣ କରାଯାଇଥିଲା। ଏଭଳି ପରିସ୍ଥିତିରେ ସେ ପ୍ରତ୍ୟାବର୍ତ୍ତନ କରି ଅନ୍ତର୍ଜାତୀୟ କ୍ରିକେଟରେ ସଫଳତା ହାସଲ କରିଥିଲେ।

ଇତିମଧ୍ୟରେ ସେ ପାକିସ୍ତାନ ପାଇଁ ୩୬ ଟେଷ୍ଟ, ୬୧ ଦିନିକିଆ, ୫୦ଟି ଟି୨୦ ମ୍ୟାଚ୍‌ରେ ଖେଳି ମୋଟ ୨୫୯ଟି ଉଇକେଟ ନେଇଛନ୍ତି। ସେ ଟେଷ୍ଟରେ ୧୧୯, ଦିନିକିଆରେ ୮୧, ଟି୨୦ରେ ୫୯ ଉଇକେଟ ନେଇଥିଲେ। ୨୦୧୯ ବିଶ୍ୱକପ୍‌ ପରେ ସେ ଟେଷ୍ଟ କ୍ରିକେଟରୁ ସନ୍ୟାସ ନେଇଥିବା ବେଳେ ଏବେ ନିଜର ଅବସର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri