Posted inଖେଳ

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ ଶନିବାର ଅନୁଷ୍ଠିତ ଫାଇନାଲରେ ଦଳ ୨-୧ ଗୋଲ୍‌ରେ ବେଙ୍ଗାଲୁରୁ ଏଫ୍‌ସିକୁ ପରାସ୍ତ କରିଛି।

ସଂଘର୍ଷପୂର୍ଣ୍ଣ ଫାଇନାଲର ପ୍ରଥମାର୍ଦ୍ଧ ଖେଳ ଗୋଲଶୂନ୍ୟ ରହିଥିଲା। ତେବେ ଦ୍ୱିତୀୟାର୍ଦ୍ଧ ଖେଳ ତଥା ଖେଳର ୪୯ତମ ମିନିଟ୍‌ରେ ମୋହନ ବାଗାନର ଅଲବର୍ଟୋ ରୋଡ୍ରିଗ୍ସଙ୍କ ଆତ୍ମଘାତୀ ଗୋଲ୍‌ରେ ବେଙ୍ଗାଲୁରୁ ଏଫ୍‌ସି ୧-୦ରେ ଅଗ୍ରଣୀ ଲାଭ କରିଥିଲା। ପରେ ୭୨ତମ ମିନିଟ୍‌ରେ ଜାସନ କୁମିଙ୍ଗ୍ସ ପେନାଲ୍ଟିକୁ ଗୋଲରେ ପରିଣତ କରି ମ୍ୟାଚ୍‌କୁ ୧-୧ ସ୍ଥରକୁ ନେଇ ଆସିଥିଲେ।

ନିର୍ଦ୍ଧାରିତ ସମୟ ଖେଳ ଅମୀମାଂସିତ ରହିବାରୁ ଅତିରିକ୍ତ ସମୟ ଖେଳ ହୋଇଥିଲା। ଏଥିରେ ଖେଳର ୯୬ତମ ମିନିଟ୍‌ରେ ଅଷ୍ଟ୍ରେଲୀୟ ଫରଓ୍ବାର୍ଡ ଜେମି ମ୍ୟାକଲରେନଙ୍କ ଗୋଲ୍‌ ବଳରେ ମୋହନ ବାଗାନ ଦଳ ବିଜୟ ଲାଭ କରିଥିଲା। ଶନିବାର ଏହି ବିଜୟ ଦ୍ୱାରା ମୋହନ ବାଗାନ ଏଥର ଉଭୟ ଆଇଏସ୍‌ଏଲ୍‌ ଶିଲ୍ଡ ଓ ଆଇଏସ୍‌ଏଲ୍‌ ଟ୍ରଫି ହାସଲ କରିବାର ଗୌରବ ଅର୍ଜନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri