Posted inଖେଳ

ଧୋନୀଙ୍କୁ ମୋଇନଙ୍କ ପ୍ରଶଂସା

ଚେନ୍ନାଇ,୧।୪(ପି.ଟି.): ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସାରେ ଶତମୂଖ ହୋଇଛନ୍ତି ଅଲ ରାଉଣ୍ଡର ମୋଇନ ଅଲି। ଦଳରେ ଖେଳାଳିଙ୍କ ପ୍ରଦର୍ଶନ ଉନ୍ନତି ପାଇଁ ସେ ସବୁବେଳେ ସାହାଯ୍ୟ କରିବାକୁ ପ୍ରସ୍ତୁତ ରହିଥାନ୍ତି। ତେଣୁ ତାଙ୍କ ନେତୃତ୍ୱରେ ଖେଳିବାକୁ ସମସ୍ତେ ଇଚ୍ଛୁକ ଥାନ୍ତି ବୋଲି ସିଏସ୍‌କେ ତାରକା ମୋଇନ କହିଛନ୍ତି। ଧୋନୀଙ୍କ ନେତୃତ୍ୱରେ ଖେଳିଥିବା କ୍ରିକେଟମାନେ ମଧ୍ୟ ସମାନ ମତ ପୋଷଣ କରିଛନ୍ତି। ଖେଳାଳିମାନଙ୍କ ଆତ୍ମବିଶ୍ୱାସ ବଢାଇବାର ଧୋନୀ ସବୁବେଳେ ପ୍ରୟାସ କରିଥାନ୍ତି। ଧୋନୀଙ୍କ ଶାନ୍ତ ସ୍ବାଭାବ ତାଙ୍କ ନେତୃତ୍ୱକୁ ଆହୁରି ଦୃଢ କରିଥାଏ। କୋଚ୍‌ ଓ ଅଧିନାୟକ ଶାନ୍ତ ଓ ଧୀରସ୍ଥିର ରହିବା ସବୁଠାରୁ ବଡ଼ କଥା। ସୌଭାଗ୍ୟବଶତଃ ଆମକୁ ଏହା ମିଳିଛି। ଚେନ୍ନାଇ ପାଇଁ ଆଇପିଏଲ୍‌ ଖେଳିବାକୁ ବେଶ୍‌ ଉତ୍ସାହିତ ରହିଛି। ଦଳରେ ସନ୍ତୁଳନ ରହିଛି ଓ ପୁଣି ଥରେ ସିଏସ୍‌କେ ଚାମ୍ପିୟନ ହୋଇପାରିବ ବୋଲି ମୋଇନ କହିଛନ୍ତି।
ସିଏସ୍‌କେ ଖେଳାଳିମାନେ ଏବେ ମୁମ୍ବାରେ ଅଭ୍ୟାସ କରୁଛନ୍ତି। ମୁମ୍ବାଇରେ ସିଏସ୍‌କେ ତା’ର ପ୍ରଥମ ୫ଟି ମ୍ୟାଚ୍‌ ଖେଳିବ। ଏପ୍ରିଲ ୧୦ରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରୁ ସିଏସ୍‌କେ ଅଭିଯାନ ଆରମ୍ଭ କରିବ। ମୁମ୍ବାଇ ସିଫ୍ଟ ହେବା ପୂର୍ବରୁ ମାର୍ଚ୍ଚ ୮ ତାରିଖରୁ ଚେନ୍ନାଇରେ ଦଳ ଅଭ୍ୟାସ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ସହ କ୍ରିକେଟରଙ୍କ କଥାବାର୍ତ୍ତକୁ ନେଇ ହେଉଛି ଆଲୋଚନା, ଭାଇରାଲ ହେଲାଣି ଭିଡ଼ିଓ

ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ତିଲକ ବର୍ମା ଏବେ ଏବେ ଜିମ୍ବାୱେରୁ ଫେରିଛନ୍ତି, ଯେଉଁଠାରେ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ 3-0ରେ ଜିତିଥିଲା। ଯଦିଓ ତିଲକ…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri