ମୋକିମ, ଚିରଞ୍ଜୀବଙ୍କ ଉପରୁ ଉଠିପାରେ ନିଲମ୍ବନ

ଭୁବନେଶ୍ୱର,୨୩।୧(ଶର୍ମିଷ୍ଠା ପାଣିଗ୍ରାହୀ):କଟକ ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳଙ୍କ ଉପରୁ ଖୁବ୍‌ଶୀଘ୍ର କଂଗ୍ରେସ ନିଲମ୍ବନ ଉଠାଇପାରେ। ପାଖାପାଖି ୬ମାସ ଧରି କଂଗ୍ରେସରୁ ନିଲମ୍ବିତ ହୋଇଥିଲେ ମଧ୍ୟ ସେମାନେ ଅନ୍ୟ କେଉଁ ଦଳରେ ମିଶିନାହାନ୍ତି। ତେବେ ସୋମବାର ଏହି ଦୁଇ ହେଭିୱେଟ୍‌ ନେତା କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କୁ ଭେଟିବା ପରେ ଏ ନେଇ ଆଲୋଚନା ଆରମ୍ଭ ହୋଇଛି। ଏପରିକି ଅଜୟ କୁମାର ମଧ୍ୟ ନିଲମ୍ବନ ଆଦେଶ ପ୍ରତ୍ୟାହାର ନେଇ ଆଭାସ ଦେଇଛନ୍ତି। ସେ କହିଛନ୍ତି, ଉଭୟଙ୍କ ସହ ଆଲୋଚନା ହୋଇଛି। ଅପେକ୍ଷା କରନ୍ତୁ, ଖୁବ୍‌ଶୀଘ୍ର ଭଲ ଖବର ପାଇବେ। ଏପରିକି ଆହୁରି ଅନେକ ନେତା କଂଗ୍ରେସ ଦଳରେ ଯୋଗଦେବେ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଅଜୟ କୁମାରଙ୍କ ସହ ଆଲୋଚନା ନେଇ ମୋକିମ କହିଛନ୍ତି, ସଂଗଠନକୁ ମଜଭୁତ କରିବା ସହ ଦଳର ରଣନୀତି ସମ୍ପର୍କରେ ଆଲୋଚନା ହୋଇଛି। ନିଲମ୍ବନ ପ୍ରତ୍ୟାହାର ସମ୍ପର୍କରେ କୌଣସି ଆଲୋଚନା ହୋଇନାହିଁ। ନିଲମ୍ବନ ହଟିବା ସମ୍ପର୍କରେ ଦଳ ନିଷ୍ପତ୍ତି ନେବ ବୋଲି ମୋକିମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri