କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି। ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି। ଦଳୀୟ ନେତୃତ୍ୱକୁ ଚ୍ୟାଲେଞ୍ଜ କରି ସୋନିଆଙ୍କୁ ଚିଠି ଲେଖିଥିଲେ ମୋକିମ। ଭକ୍ତଙ୍କ ନେତୃତ୍ୱକୁ ନେଇ ବି ପ୍ରଶ୍ନ ଉଠାଇଥିଲେ ମୋକିମ। ଯେଉଁଥିପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି।

ସୂଚନା ଥାଉକି,  କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ରବିବାର ନୂଆଦିଲ୍ଲୀରେ ମୁହଁ ଖୋଲିଥିଲେ ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଥିଲେ, ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି ଶୀଘ୍ର ଚାଲିଯିବା ଦରକାର। ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖାର୍ଗେ ଦଳକୁ ଆଗକୁ ନେଉଛନ୍ତି। କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇବା ଠିକ୍‌ ନୁହେଁ ବୋଲି ଭକ୍ତ କହିଥିଲେ।

ମୋକିମ୍ କହିଥିଲେ, ସେ କାହା ବିରୋଧରେ କିଛି କହିବେ ନାହିଁ। ମାତ୍ର ସେ ‘ମୁଣ୍ଡରେ କଫନ୍‌ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛନ୍ତି’ ଏବଂ ‘ଯାହା କରୁଛି ସବୁ ଭୁଲ ଓ ଠିକ୍‌ ମୋର’।

ମୋକିମ୍‌ ବାରମ୍ବାର ନିର୍ବାଚନ ହାରୁଥିବା ବରିଷ୍ଠ ନେତାମାନଙ୍କୁ ପଦପଦବୀ ନ ନେଇ ‘ମାର୍ଗଦର୍ଶକ’ ହେବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ଯୁବକଙ୍କୁ ନେତୃତ୍ୱ ଦେବା ପାଇଁ ବାଟ ଛାଡ଼ନ୍ତୁ। କଂଗ୍ରେସକୁ ପୁନର୍ଜୀବନ ଦରକାର ଥିବାରୁ ପାରଦର୍ଶିତା ଓ ଯୋଗ୍ୟତା ଆଧାରରେ ନିଯୁକ୍ତି ସହ ଯୁବ ନେତୃତ୍ୱ ଆବଶ୍ୟକ।

ତିନି ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତ ଦାସଙ୍କୁ ୨୦୨୫ ରେ ନେତୃତ୍ୱ ମିଳିଛି। ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ତାଙ୍କ ନେତୃତ୍ୱରେ ୮୩ ହଜାର ଭୋଟ୍‌ରେ ହାରିଥିବା ଓ ତାଙ୍କ ସଂସଦୀୟ କ୍ଷେତ୍ରର କର୍ମୀ ତାଙ୍କୁ ବିଶ୍ୱାସ କରୁ ନ ଥିବା ଯୋଗୁ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ୱ ଦେବା ଅସମ୍ଭବ ବ୍ୟାପାର। ସେହିପରି ୨୦୨୪ରେ କଂଗ୍ରେସ ସର୍ବନିମ୍ନ ୧୩% ଭୋଟ ପାଇଲା ଏବଂ ନିଜେ ଶରତ ପଟ୍ଟନାୟକ ନିର୍ବାଚନରେ ଅମାନତ ହରାଇଥିଲେ।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri