କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି। ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି। ଦଳୀୟ ନେତୃତ୍ୱକୁ ଚ୍ୟାଲେଞ୍ଜ କରି ସୋନିଆଙ୍କୁ ଚିଠି ଲେଖିଥିଲେ ମୋକିମ। ଭକ୍ତଙ୍କ ନେତୃତ୍ୱକୁ ନେଇ ବି ପ୍ରଶ୍ନ ଉଠାଇଥିଲେ ମୋକିମ। ଯେଉଁଥିପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି।

ସୂଚନା ଥାଉକି,  କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ରବିବାର ନୂଆଦିଲ୍ଲୀରେ ମୁହଁ ଖୋଲିଥିଲେ ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଥିଲେ, ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି ଶୀଘ୍ର ଚାଲିଯିବା ଦରକାର। ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖାର୍ଗେ ଦଳକୁ ଆଗକୁ ନେଉଛନ୍ତି। କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇବା ଠିକ୍‌ ନୁହେଁ ବୋଲି ଭକ୍ତ କହିଥିଲେ।

ମୋକିମ୍ କହିଥିଲେ, ସେ କାହା ବିରୋଧରେ କିଛି କହିବେ ନାହିଁ। ମାତ୍ର ସେ ‘ମୁଣ୍ଡରେ କଫନ୍‌ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛନ୍ତି’ ଏବଂ ‘ଯାହା କରୁଛି ସବୁ ଭୁଲ ଓ ଠିକ୍‌ ମୋର’।

ମୋକିମ୍‌ ବାରମ୍ବାର ନିର୍ବାଚନ ହାରୁଥିବା ବରିଷ୍ଠ ନେତାମାନଙ୍କୁ ପଦପଦବୀ ନ ନେଇ ‘ମାର୍ଗଦର୍ଶକ’ ହେବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ଯୁବକଙ୍କୁ ନେତୃତ୍ୱ ଦେବା ପାଇଁ ବାଟ ଛାଡ଼ନ୍ତୁ। କଂଗ୍ରେସକୁ ପୁନର୍ଜୀବନ ଦରକାର ଥିବାରୁ ପାରଦର୍ଶିତା ଓ ଯୋଗ୍ୟତା ଆଧାରରେ ନିଯୁକ୍ତି ସହ ଯୁବ ନେତୃତ୍ୱ ଆବଶ୍ୟକ।

ତିନି ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତ ଦାସଙ୍କୁ ୨୦୨୫ ରେ ନେତୃତ୍ୱ ମିଳିଛି। ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ତାଙ୍କ ନେତୃତ୍ୱରେ ୮୩ ହଜାର ଭୋଟ୍‌ରେ ହାରିଥିବା ଓ ତାଙ୍କ ସଂସଦୀୟ କ୍ଷେତ୍ରର କର୍ମୀ ତାଙ୍କୁ ବିଶ୍ୱାସ କରୁ ନ ଥିବା ଯୋଗୁ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ୱ ଦେବା ଅସମ୍ଭବ ବ୍ୟାପାର। ସେହିପରି ୨୦୨୪ରେ କଂଗ୍ରେସ ସର୍ବନିମ୍ନ ୧୩% ଭୋଟ ପାଇଲା ଏବଂ ନିଜେ ଶରତ ପଟ୍ଟନାୟକ ନିର୍ବାଚନରେ ଅମାନତ ହରାଇଥିଲେ।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri