୨ ଦିନ ଭିତରେ କାରଣ ଦର୍ଶାଅ ନୋଟିସ୍‌ର ଜବାବ ଦେବେ ମୋକିମ୍‌

ଭୁବନେଶ୍ବର,୧ା୮(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନର ଭୋଟିଂ ଲାଗି କୌଣସି ହ୍ବିପ୍‌ ଜାରି କରାଯାଇ ନ ଥିଲା। କଂଗ୍ରେସ ପ୍ରାର୍ଥୀଙ୍କୁ ଯେଉଁମାନେ ଭୋଟ୍‌ ନ ଦେଇଛନ୍ତି ସେମାନଙ୍କ ବିରୋଧରେ ଦଳର ସାମ୍ବିଧାନିକ ବ୍ୟବସ୍ଥା ଯାହା ରହିଛି ସେହି ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ। ଦଳର ସାମ୍ବିଧାନିକ ନିୟମାନୁଯାୟୀ ହାଇକମାଣ୍ଡ ଯାହା ନିଷ୍ପତ୍ତି ନେବେ ତାକୁ ସମସ୍ତେ ମାନିବାକୁ ବାଧ୍ୟ। ତେଣୁ ହାଇକମାଣ୍ଡଙ୍କ ନିଷ୍ପତ୍ତି ଏବଂ ନିର୍ଦ୍ଦେଶ ଅନୁଯାୟୀ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କାରଣ ଦର୍ଶାଅ ନୋଟିସ୍‌ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ କରିଛନ୍ତି। କାର୍ଯ୍ୟାନୁଷ୍ଠାନ କ’ଣ ନିଆଯିବ ନ ଯିବ ସେନେଇ ପିସିସି ସଭାପତି କହିପାରିବେ। ମୁଁ ଦଳର ଜଣେ ସାଧାରଣ କର୍ମୀ ବୋଲି ବରିଷ୍ଠ ନେତା ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କହିଛନ୍ତି।
ନିକଟରେ ଶେଷ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଭାଜପା ସମର୍ଥିତ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିଜୟୀ ହେଲେ। ସେ ବର୍ତ୍ତମାନ ଦେଶର ୧୫ତମ ରାଷ୍ଟ୍ରପତି। କଂଗ୍ରେସ ସମେତ ସମସ୍ତ ବିରୋଧୀ ମିଳିତ ଭାବେ ଯଶଓ୍ବନ୍ତ ସିହ୍ନାଙ୍କୁ ମୁର୍ମୁଙ୍କ ବିରୋଧରେ ପ୍ରାର୍ଥୀ କଲେ। ଗୋଟିଏ ପଟେ ଖଣ୍ଡେ ଭୋଟ୍‌ ଯେପରି ନାକଚ ନ ହେବ ଏବଂ କ୍ରସ୍‌ ଭୋଟିଂ ରୋକିବା ଲାଗି ଭାଜପା ପକ୍ଷରୁ ଜୋର୍‌ଦାର କସରତ ହୋଇଥିଲା। ଅନ୍ୟପଟେ କିନ୍ତୁ ବିଭିନ୍ନ ରାଜ୍ୟର ବହୁ କଂଗ୍ରେସ ବିଧାୟକ ଏନ୍‌ଡିଏ ପ୍ରାର୍ଥୀଙ୍କୁ ଶେଷ ମୁହୂର୍ତ୍ତରେ ଭୋଟ୍‌ ଦେଇଥିଲେ। ଓଡ଼ିଶାରୁ ଯେପରି କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ ଦଳ ବିରୋଧରେ ଯାଇ ଏନ୍‌ଡିଏ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛନ୍ତି। ଦଳର ନିଷ୍ପତ୍ତି ବିରୋଧରେ ଯାଇ ମୋକିମ୍‌ଙ୍କ ଏଭଳି ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ବେଳେ ରାଷ୍ଟ୍ରପତି ଭୋଟ୍‌ ପରଦିନ ରାଜ୍ୟରେ ଏହା ଖବରର ଶିରୋନାମା ପାଲଟିଲା। ହେଲେ ଏ ପର୍ଯ୍ୟନ୍ତ କଂଗ୍ରେସ ମୋକିମ୍‌ଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇପାରି ନାହିଁ। ଭୋଟିଂର କେତେଦିନ ପରେ ଯାଇ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଏନେଇ ମୋକିମ୍‌ଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କଲେ। କାରଣ ଦର୍ଶାଅ ନୋଟିସ୍‌ର ଉତ୍ତର ୨ ସପ୍ତାହ ମଧ୍ୟରେ ରଖିବାକୁ କୁହାଯାଇଥିଲା। ନୋଟିସ୍‌ ହେବାର ପ୍ରାୟ ୧୦ ଦିନ ହୋଇଗଲାଣି। ହେଲେ ଏ ଯାଏ ମୋକିମ୍‌ଙ୍କ କୌଣସି ଉତ୍ତର ରଖିଲେନି। ଏ ବାବଦରେ ମୋକିମ୍‌ଙ୍କୁ ଯୋଗାଯୋଗ କରିବାରୁ ସେ କହିଛନ୍ତି, ଆସନ୍ତା ୨ଦିନ ମଧ୍ୟରେ କାରଣ ଦର୍ଶାଅ ନୋଟିସ୍‌ର ଉତ୍ତର ରଖିବେ। ଏନେଇ ପିସିସି ସଭାପତିଙ୍କୁ ପଚାରିବାରୁ ସେ କହିଛନ୍ତି, ଦଳର ଆଭ୍ୟନ୍ତରୀଣ ବ୍ୟାପାର। ଦଳର ନିୟମାନୁଯାୟୀ ଯାହା ପଦକ୍ଷେପ ନିଆଯିବା କଥା ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri