ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ସାମିଲ ହୋଇଛନ୍ତି। ନିକଟରେ ମୋକିମ ନିଜର ବିବାଦୀୟ ମନ୍ତବ୍ୟ ପାଇଁ କଂଗ୍ରେସ ଦଳ ଭିତରେ ସମାଲୋଚନାର ପାତ୍ର ହୋଇଥିଲେ। ଯାହାକୁ ନେଇ ତାଙ୍କୁ ଏଆଇସିସି ଦ୍ୱାରା ଦଳରୁ ବହିଷ୍କାର କରାଯାଇଥିଲା। ଆଜି ଯାଜପୁରରେ ହଠାତ୍‌ ବନ୍ଧୁମିଳନ ନାଁରେ ନିଜ ଆନୁଗତ୍ୟମାନଙ୍କୁ ଏକାଠି କରିବାକୁ ଏନେଇ ରାଜନୈତିକ ଉଷ୍ମତା ଦେଖାଦେଇଛି। ତେବେ ଏହା ପଛରେ କ’ଣ ରହିଛି ରହସ୍ୟ ଓ ଆଭିମୁଖ୍ୟ ତାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ତେବେ ଏହି ବନ୍ଧୁମିଳନ ପର୍ବରେ କଂଗ୍ରେସର ଅନେକ ଆଗ ଧାଡ଼ିର ନେତା ଓ କର୍ମୀ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା। ଗୋଟିଏ ପଟେ ସେ ଏକ ନୂଆ ଆଞ୍ଚଳିକ ଦଳ ଗଢ଼ି ପାରନ୍ତି ବୋଲି ଚର୍ଚ୍ଚା ହେଉଥିବା ବେଳେ ଅନ୍ୟପଟେ ତାଙ୍କ ପ୍ରତି ଦଳୀୟ କର୍ମୀଙ୍କ ଭଲପାଇବା ଓ ବିଶ୍ୱସନୀୟତା ପରିଲକ୍ଷିତ ହୋଇଥିଲା।

ମୋକିମ କହିଲେ କଂଗ୍ରେସ ଦଳରେ ଅନେକ ଦଳୀୟ ନେତା ଓ କର୍ମୀ ଅବହେଳିତ ଅବହେଳିତ ଅବସ୍ଥାରେ ଥିବା ଅନୁଭବ ହୋଇଛି। ବିଜେଡିର ଅନେକ ନେତୃତ୍ୱ ମଧ୍ୟ ଏହି ଭଳି ସ୍ଥିତିରେ ଅଛନ୍ତି। ବିଜୟ ମହାପାତ୍ରଙ୍କଠାରୁ ଆରମ୍ଭ କରି ରାଜ୍ୟର ଅନେକ ପୁରୁଖା ନେତାଙ୍କ ସହ ଆଲୋଚନା ଜାରି ରହିଛି। ତେବେ ସମସ୍ତଙ୍କ ସହ ଆଲୋଚନା ଓ ପରାମର୍ଶ ପରେ ନୂଆ ଦଳ ଗଢ଼ିବା କଥା ଚିନ୍ତା କରାଯିବ ବୋଲି ମୋକିମ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri