ଗ୍ୟାଙ୍ଗଷ୍ଟର ଭୂମିକାରେ ମୋନା

ମୁମ୍ବାଇ: ଅଭିନେତ୍ରୀ ମୋନା ସିଂ କେବଳ ଟିଭି ପରଦାରେ ନୁହେଁ ବରଂ ବଲିଉଡ୍‌ରେ ମଧ୍ୟ ନିଜ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ନିକଟରେ ତାଙ୍କୁ ଗୋଟିଏ ପରେ ଗୋଟିଏ ବଡ଼ ପ୍ରଡକ୍ସନ୍‌ ହାଉସ୍‌ର ଫିଲ୍ମରେ ମଧ୍ୟ କାର୍ଯ୍ୟ କରିବାକୁ ସୁଯୋଗ ମିଳିଛି। ହରର କମେଡି ଫିଲ୍ମ ‘ମୁଁଜ୍ୟା’ରେ ନିଜର ଚମତ୍କାର ଅଭିନୟ ଦ୍ୱାରା ମୋନା ଦର୍ଶକଙ୍କୁ ପ୍ରଭାବିତ କରିବାରେ ସଫଳ ହୋଇଛନ୍ତି। ଏହି ଫିଲ୍ମ ବକ୍ସ ଅଫିସରେ ୧୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରି ହିଟ୍‌ ସାବ୍ୟସ୍ତ ହୋଇଛି।
ମୋନାଙ୍କୁ ଆଗାମୀ ଦିନରେ ଅଭିନେତା ଆମିର୍‌ ଖାନ୍‌ଙ୍କ ଦ୍ୱାରା ପ୍ରଯୋଜିତ ‘ହାପି ପଟେଲ ଖତରନାକ୍‌ ଜାସୁସ୍‌’ ଫିଲ୍ମରେ ଦେଖିବାକୁ ମିଳିବ। ଏହି ଫିଲ୍ମ ଯୋଗେ ମୋନାଙ୍କୁ ତୃତୀୟ ଥର ପାଇଁ ଆମିର୍‌ଙ୍କ ସହ କାର୍ଯ୍ୟ କରିବାକୁ ସୁଯୋଗ ମିଳୁଛି, ଯାହାକୁ ନେଇ ସେ ବହୁତ ଉତ୍ସାହିତ ଅଛନ୍ତି। ଫିଲ୍ମ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଚଳିତ ବର୍ଷ ଦୀପାବଳି ଉପଲକ୍ଷେ ରିଲିଜ୍‌ ହେବାକୁ ଥିବା ଏହି ଫିଲ୍ମରେ ମୋନା ଜଣେ ଗ୍ୟାଙ୍ଗଷ୍ଟର ଭୂମିକାରେ ନଜର ଆସିବେ। ନିକଟରେ ଏହି ଆଡ୍‌ଭେଞ୍ଚର କମେଡି ଫିଲ୍ମରେ ମୋନାଙ୍କ ଶୁଟିଂ ଶେଷ ହୋଇଛି।
‘ଜସ୍ସି ଜେସି କୋଇ ନେହିଁ (୨୦୦୩-୨୦୦୬)’ ଧାରାବାହିକରୁ ମୋନା ଛୋଟ ପରଦାରେ ନିଜ ପରିଚୟ ସୃଷ୍ଟି କରିପାରିଥିଲେ। ଏହାପରେ ସେ ଛୋଟ ପରଦାର ଅନେକ ଧାରାବାହିକରେ ଅଭିନୟ କରି ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଥିଲେ। ପରେ ସେ ବଲିଉଡ୍‌ରେ ମଧ୍ୟ କେତେକ ଫିଲ୍ମରେ ଅଭିନୟ କରି ନିଜ ଜଲ୍‌ଓ୍ବା ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri