ହସ୍ପିଟାଲରେ ଭର୍ତ୍ତି ଖବରକୁ ଗୁଜବ କହିଲେ ମୋନାଲି

ମୁମ୍ବାଇ: ଭାରତୀୟ ପ୍ଲେବ୍ୟାକ୍‌ ସିଙ୍ଗର ମୋନାଲି ଠାକୁର ବୁଧବାର ରାତିରେ ବିହାରର ଦିନ୍‌ହାଟା ଫେଷ୍ଟିଭାଲରେ ଯୋଗ ଦେଇଥିଲେ। ସେଠାରେ ସେ ସଙ୍ଗୀତ ପ୍ରଦର୍ଶନ କରୁଥିବାବେଳେ ହଠାତ୍‌ ଶ୍ୱାସ ନେବାରେ ଅସୁବିଧା ଅନୁଭବ କରିଥିଲେ। ତେଣୁ ତାଙ୍କୁ ପ୍ରଥମେ ଦିନହାଟା ଉପ ଜିଲା ଚିକିତ୍ସାଳୟ ଓ ପରେ ପଶ୍ଚିମବଙ୍ଗର କୁଚ୍‌ବିହାରସ୍ଥିତ ଏକ ପ୍ରାଇଭେଟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ଗୁରୁବାର ବିଭିନ୍ନ ରିପୋର୍ଟ ପ୍ରକାଶ ପାଇଥିଲା। ଫଳରେ ମୋନାଲିଙ୍କୁ ନେଇ ତାଙ୍କ ପ୍ରଶଂସକମାନେ ସୋସିଆଲ ମିଡିଆରେ ଚିନ୍ତା ପ୍ରକଟ କରିଥିଲେ। ଗୁରୁବାର ଅପରାହ୍ନରେ ମୋନାଲି ଏକ ଇନ୍‌ଷ୍ଟାଗ୍ରାମ ଷ୍ଟୋରି ମାଧ୍ୟମରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଖବରକୁ ଖଣ୍ଡନ କରିଛନ୍ତି। ସେ ତାଙ୍କ ପ୍ରଶଂସକ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ଅନୁରୋଧ କରି କହିଛନ୍ତି, ତାଙ୍କ ସ୍ବାସ୍ଥ୍ୟକୁ ନେଇ କୌଣସି ମଧ୍ୟ ଗୁଜବକୁ ପ୍ରଚାର ନ କରାଯାଉ। ତାଙ୍କର କୌଣସି ଶ୍ୱାସ ଜନିତ ସମସ୍ୟା ନାହିଁ ଓ ସେ ହସ୍ପିଟାଲରେ ମଧ୍ୟ ଭର୍ତ୍ତି ହୋଇନାହାନ୍ତି ବୋଲି ମୋନାଲି ସ୍ପଷ୍ଟ କରିଛନ୍ତି। ତେବେ ଗତ କିଛିଦିନ ହେବ ତାଙ୍କୁ ସାମାନ୍ୟ ଭାଇରାଲ ସଂକ୍ରମଣ ହୋଇଛି। ତେଣୁ ଏବେ ସେ ମୁମ୍ବାଇ ଫେରି ଆସିଛନ୍ତି ଓ ଡାକ୍ତରଙ୍କ ପରାମର୍ଶରେ କିଛିଦିନ ପାଇଁ ବିଶ୍ରାମ ନେଉଥିବା ସହ ସୁସ୍ଥ ହେଉଛନ୍ତି ବୋଲି ମୋନାଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri