Posted inRasifala

ରାଶିଫଳ: ସୋମବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରଙ୍କ ସପ୍ତମ କେନ୍ଦ୍ରାବସ୍ଥାନ କାରଣରୁ ସବୁ କାମ ସୁରୁଖୁରୁରେ ହୋଇଯିବ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା, ଗବେଷଣା ଓ ରଚନାମତ୍କ କାମରେ ପ୍ରଶଂସିତ ହେବେ । ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ । ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହୋଇପାରନ୍ତି ।
ବୃଷ
ବୃଷ
ସପ୍ତମାଧିପତି ଶନି ଦୃଷ୍ଟିରେ ଥିବାରୁ ଆଜି ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ ।କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରହିବା ଭଲ ହେବ । ନୂତନ ଭାବେ କୌଣସି କାର୍ଯ୍ୟାରମ୍ଭ ସକାଶେ ତପତ୍ରତା ବଢିପାରେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।
ମିଥୁନ
ମିଥୁନ
ରାହୁ ଓ ବୁଧ ନିଜ ରାଶିରେ ରହିଥିବାରୁ ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତାରେ ମନ ଉଚ୍ଛନ୍ନ ରହିବ । ଗୁରୁଜନଙ୍କ ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତାକୁ ବଢାଇ ଦେଇପାରେ । ମୃଗଶିରା ନକ୍ଷତ୍ର ପାଇଁ ମନୋରଞ୍ଜନ ପ୍ରୀତିପ୍ରଦ ହେବା ସଙ୍ଗକୁ ମିତ୍ରମାନଙ୍କ ପ୍ରଶଂସାଭାଜନ ହୋଇପାରନ୍ତି । ଗବେଷଣା, ଅନୁସନ୍ଧାନ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ ।
କର୍କଟ
କର୍କଟ
ଶନିଦୃଷ୍ଟ କର୍ମାଧିପ ଯୋଗୁଁ କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥ ପାଇବାକୁ ଚେଷ୍ଟାକରିବେ । ସହକର୍ମୀ କାମଟି କରିଦେବେ କିନ୍ତୁ ବିରକ୍ତିକର କଥା କହିପାରନ୍ତି । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।
ସି˚ହ
ସି˚ହ
ସ୍ବଗୃହୀ ଶୁକ୍ର ପ୍ରଭାବରୁ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଭଲ କଥା କହିଲେ ମଧ୍ୟ ତାହା ବନ୍ଧୁକୁ ସୁହାଇବ ନାହିଁ । ଅଫିସ୍‌ କାମରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ସମସ୍ୟା ବଢିଯିବ । ଆତ୍ମୀୟମାନେ ଆଗରେ କିଛି ନ କହି ପଛରେ ବହୁତ କଥା କହିପାରନ୍ତି ।
କନ୍ୟା
ଚନ୍ଦ୍ରଙ୍କ ପ୍ରଭାବରୁ ଦୀର୍ଘଦିନରୁ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ସାମୟିକ ମାନସିକ ଅସ୍ଥିରତା ଦେଖାଦେବ । ପାରିବାରିିକ ସଦ୍‌ଭାବ ଅକ୍ଷୁଣ୍ଣ ରହିବା କାରଣରୁ ଖୁସୀ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ ।
ତୁଳା
ତୁଳା
କର୍ମାଧିପ ରାଶିରେ ଅବସ୍ଥାନ କରୁଥିବାରୁ ଆଜି ଅଫିସ୍‌ କାମରେ ବେଶି ସମୟ କଟାଇବେ । ଘର ପାଇଁ ମୂଲ୍ୟବାନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି । କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ ।
ବିଛା
ବିଛା
ତୃତୀୟାଧିପ ସ୍ବଗୃହୀ ଯୋଗୁଁ ଆଜି ସକାଳୁ ସକାଳୁ ଶୁଭ ଖବର ପାଇ ମନ ଖୁସୀ ହୋଇଯିବ । କିନ୍ତୁ ତରବରିଆ ଭାବେ କୌଣସି କାମ କଲେ ସବୁ ଓଲଟ ପାଲଟ ହୋଇଯିବ । ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି ।ଯାନବାହନରେ ସତର୍କତା ବିଧେୟ, ଅନ୍ୟଥା ସମସ୍ୟା ଆସିପାରେ ।
ଧନୁ
ଧନୁ
ଶନି ଦୃଷ୍ଟିରେ ମଙ୍ଗଳ ଯୋଗୁ ପାରିବାରିକ ସ୍ତରରେ ଟେନସନ୍‌ କିିଛି ମାତ୍ରାରେ ବଢିଯିବ । କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରଖି କାର୍ଯ୍ୟ ସାଧନ କରିବେ । ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବାର ଆଶା ରହିଛି । ସାମାଜିକ ସ୍ତରରେ ଅନ୍ୟ ମାନଙ୍କ ଉପରେ ଆତ୍ମନିର୍ଭରଶୀଳ ହୋଇପାରନ୍ତି ।
ମକର
ମକର

ଶୁକ୍ର ଓ ଚନ୍ଦ୍ର ଷଡାଷ୍ଟକ ସ୍ଥିତିରେ ଥିବାରୁ ଛୋଟ ଛୋଟ କାମ ହାତକୁ ନେଇ ଦ୍ୱନ୍ଦ୍ୱରେ ପଡିପାରନ୍ତି । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି । ଧନିଷ୍ଠା ନକ୍ଷତ୍ର ଜାତ ବ୍ୟକ୍ତି ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ । ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିପାରେ ।

କୁମ୍ଭ
କୁମ୍ଭ
ଗୁରୁକ୍ଷେତ୍ରସ୍ଥ ମଙ୍ଗଳ ହେତୁ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । ନିଜେ କଷ୍ଟ ଅନୁଭବ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ପରିବେଶକୁ ଲାଘବ କରିପାରନ୍ତି । ଭଲ ସମ୍ପର୍କ ଥିବା ବନ୍ଧୁଟି ସ୍ବାର୍ଥବାଦୀ ହୋଇପାରେ । ଭାବପ୍ରବଣତା ଯୋଗୁ ମନବଳ କ୍ରମଶଃ ହ୍ରାସ ପାଇବ ।
ମୀନମୀନ

କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । ଆଜି ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ । ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri