Posted inଜାତୀୟ

ଦିଲ୍ଲୀ ଦଙ୍ଗା ପାଇଁ ସୌଦିରୁ ଆସିଥିଲା ଟଙ୍କା

ନୂଆଦିଲ୍ଲୀ, ୨।୭: ଦିଲ୍ଲୀରେ ହୋଇଥିବା ଦଙ୍ଗା ପାଇଁ ସୌଦିରୁ ଟଙ୍କା ଆସିଥିଲା। ଏନେଇ ପୂର୍ବରୁ ପ୍ରସ୍ତୁତି ହୋଇଥିଲା। ସୌଦି ସହିତ ଦେଶର କେତେକ ଅଞ୍ଚଳରୁ ମଧ୍ୟ ଆର୍ଥିକ ସହାୟତା ଦଙ୍ଗାକାରୀଙ୍କ ପାଖରେ ପହଞ୍ଚିଥିବା ପୋଲିସ କହିଛି। ଜାମିଆ ଛାତ୍ର ନେତା ମିରାନ ହୈଦରଙ୍କ ପାଖରେ ସୌଦିରୁ ଟଙ୍କା ଆସିଥିବା ନେଇ ପୋଲିସ ସୂଚନା ଦେଇଛି। ମିରାନଙ୍କୁ ଗିରଫ କରାଯିବା ସମୟରେ ୨ ଲକ୍ଷ ୩୩ ହଜାର ଟଙ୍କା ଜବତ ହୋଇଥିଲା। ଏପିପିରୁ ନିଲମ୍ବିତ ସଦସ୍ୟ ତାହିର ହୁସେନ ନିଜ କମ୍ପାନୀ ସହାୟତାରେ ୧୨ କୋଟି ଟଙ୍କା ସଂଗ୍ରହ କରିଥିଲେ। ସେହିପରି ପ୍ରତିବନ୍ଧିତ ସଂଗଠନ ପିଏଫ୍‌ଆଇରୁ ମଧ୍ୟ ତାଙ୍କୁ ଆର୍ଥିକ ସହାୟତା ମିଳିଥିବା କୁହାଯାଉଛି। ଜାମିଆ ଛାତ୍ରୀ ଗୁଲୁଫ୍‌ତା ଖାତୁନ ମଧ୍ୟ ଦଙ୍ଗା ପାଇଁ ଦାୟୀ ଥିବା ପୋଲିସ କହିଛି। ତେବେ ଏହି ତିନି ଜଣଙ୍କୁ ଆଗରେ ରଖି ଦଙ୍ଗା କରାଯାଇଥିବାବେଳେ ସେମାନଙ୍କ ପଛରେ ମୁଖ୍ୟ ଷଡ଼ଯନ୍ତ୍ରକାରୀମାନେ ଥିବା ପୋଲିସ କହିଛି। ଏହାର ତଦନ୍ତ କରାଗଲେ ସତ୍ୟତା ଜଣାପଡ଼ିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଏନେଇ ଗଣମାଧ୍ୟମ ସଂସ୍ଥା ହିନ୍ଦୁସ୍ଥାନରେ ପ୍ରେସ୍‌ ରିଭ୍ୟୁ ଖବର ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri