ନୀରବ ମୋଦିଙ୍କ କମ୍ପାନୀ ଆକାଉଣ୍ଟରୁ ଉଠାଯାଇପାରିବନି ଟଙ୍କା: କୋର୍ଟକୁ ସୂଚନା ଦେଲା ବ୍ୟାଙ୍କ

ଲଣ୍ଡନ/ନୂଆଦିଲ୍ଲୀ,୧୦।୧: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ କମ୍ପାନୀ ଫାୟାରଷ୍ଟାର ଇଣ୍ଟରନ୍ୟାଶନାଲ ଲିମିଟେଡର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଯାଇପାରିବ ନାହିଁ। ଦୁଇଟି ବ୍ୟାଙ୍କ ସ୍ବତନ୍ତ୍ର ପିଏମ୍‌ଏଲଏ (ପ୍ରିଭେନସନ ଅଫ ମନି ଲଣ୍ଡରିଂ ଆକ୍ଟ) କୋର୍ଟକୁ ଏହି ସୂଚନା ଦେଇଛନ୍ତି। ଲିକ୍ୱିଡେଟରଙ୍କ ଆଫିଡେଭିଟ ଜବାବରେ ବ୍ୟାଙ୍କଗୁଡିକ ଏହି ସୂଚନା କୋର୍ଟକୁ ଦେଇଛନ୍ତି।
ଏହି ବ୍ୟାଙ୍କ ଦାବି କରିଛି ଯେ, ଋଣ ଫେରସ୍ତ ପାଇଁ ତିନୋଟି ବ୍ୟାଙ୍କ ଏପର୍ଯ୍ୟନ୍ତ ଫାର୍ମର ଆକାଉଣ୍ଟରୁ ୩୭ କୋଟି ଟଙ୍କା ନେଇ ନାହାଁନ୍ତି। ନ୍ୟାଶନାଲ କମ୍ପାନୀ ଆଇନ ଟ୍ରିବ୍ୟୁନାଲ ଦ୍ୱାରା ଏହି ଲିକ୍ୱିଡେଟର ନିଯୁକ୍ତ କରାଯାଇଥିଲା। ଗତ ଅକ୍ଟୋବରରେ ଦାଖଲ ହୋଇଥିବା ଆଫିଡେଭିଟ ଅନୁଯାୟୀ କମ୍ପାନୀ କୋଟାକ ମହିନ୍ଦ୍ରା ବ୍ୟାଙ୍କରେ ୨.୬୭ କୋଟି, ୟୁନିଅନ ବ୍ୟାଙ୍କ ଅଫ ଇଣ୍ଡିଆରେ ୧୭.୯୮ କୋଟି ଏବଂ ବ୍ୟାଙ୍କ ଅଫ ମହାରାଷ୍ଟ୍ରରେ ୧୬.୩୨ କୋଟି ଟଙ୍କା ଜମା କରିଥିଲା।
ଏହି ଆଫିଡେଭିଟ୍‌ରେ କୁହାଯାଇଛି ଯେ, ଅଗଷ୍ଟ ୨୧, ୨୦୨୧ରେ ଲିକ୍ୱିଡେଟର ସପକ୍ଷରେ ଟଙ୍କା ଛାଡ କରିବାକୁ କୋର୍ଟ ବ୍ୟାଙ୍କମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଯେତେବେଳେ ଅଧିକାରୀମାନେ ବ୍ୟାଙ୍କ ନିକଟକୁ ଯାଇଥିଲେ, ସେମାନେ ଏହା କରିବାରେ ଅସମର୍ଥତା ପ୍ରକାଶ କରିଥିଲେ। କୋଟାକ ମହିନ୍ଦ୍ରା ବ୍ୟାଙ୍କ କୋର୍ଟଙ୍କୁ କହିଛି ଯେ, ଫାର୍ମର ଆକାଉଣ୍ଟକୁ ପ୍ରଥମେ ଆୟକର ବିଭାଗ ଏବଂ ଗୋଟିଏ ଦିନ ପରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ସଂଲଗ୍ନ କରିଛି। ଏହି ଉଭୟ ଏଜେନ୍ସି ନୀରବ ମୋଦି ଏବଂ ତାଙ୍କ ଫାୟାରଷ୍ଟାର ଗ୍ରୁପ ଅଫ ଫାର୍ମ ବିରୋଧରେ ଟଙ୍କା ଲଣ୍ଡରିଂ ଅଭିଯୋଗର ଯାଞ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri