ପୋଖରୀ ପୁନରୁଦ୍ଧାର ନାମରେ ଅର୍ଥ ଆତ୍ମସାତ୍‌ ଅଭିଯୋଗ

ଥୁଆମୂଳ ରାମପୁର,୨୨ା୧୧(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦରଠାରେ ରାଜାରାଜୁଡ଼ା ଅମଳର ପୁରୁଷୋତ୍ତମ ସାଗର ଓ ଆଡିବନ୍ଧ ସାଗର ନାମରେ ୨ ପୋଖରୀ ରହିଛି। ଏହାର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ନାମରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହୋଇଥିଲେ ବି ଆଖିଦୃଶିଆ କାମ ହୋଇ ନ ଥିବା ଲୋକେ ଅଭିଯୋଗ କରି ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁସାରେ ଏହି ଦୁଇ ପୋଖରୀର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ଡିଏମ୍‌ଏଫ୍‌ ପାଣ୍ଠିରୁ ଆର୍ଥିକବର୍ଷ ୨୦୨୩-୨୪ରେ ୨୦ ଲକ୍ଷ ଲେଖାଏ ଟଙ୍କା ଖର୍ଚ୍ଚ କରାଯାଇଥିଲା। ସେହିପରି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଓ ପଞ୍ଚଦଶ ଓଡ଼ିଶା ଷ୍ଟେଟ ଫାଇନାନ୍ସ କମିଶନରେ ଆର୍ଥିକବର୍ଷ ୨୦୨୩-୨୪, ୨୦୨୪-୨୫ରେ ୫ରୁ ୧୦ ଲକ୍ଷ ଏବଂ ବ୍ଲକ ପାଣ୍ଠି ମିଶାଇ ପାଖାପାଖି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ହେଲେ ଦୁଇ ଗୋଟି ପୋଖରୀରେ ପୂର୍ବ ଅପେକ୍ଷା ଅଧିକ ପଙ୍କ ଏବଂ ଚାରିଆଡ଼େ ଅନାବନା ଗଛଲତା ଉଠିଛି। ଏହା ଦ୍ୱାରା ପୋଖରୀ ପାଣି ପ୍ରଦୂଷିତ ହୋଇପଡିଛି। ପୋଖରୀ ପୁନରୁଦ୍ଧାର ନାମରେ ଅର୍ଥ ଆତ୍ମସାତ୍‌ କରାଯାଇଥିବା ଅଭିଯୋଗ କରି ଅଞ୍ଚଳବାସୀ ଏହାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରୁଛନ୍ତି। ଏ ନେଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଟଙ୍କଧର ସାହୁଙ୍କୁ ପଚାରିବାରୁ ପୋଖରୀ ପୁନରୁଦ୍ଧାର ପାଇଁ ବର୍ତ୍ତମାନ ପଞ୍ଚାୟତରୁ ୪ଲକ୍ଷ ଦେଇଛୁ, ବହୁ ଶୀଘ୍ର ପୁଣି କାମ ଆରମ୍ଭ କରାଯିବ। କନିଷ୍ଠ ଯନ୍ତ୍ରୀ ସତ୍ୟ ନାରାୟଣ ବେହେରାଙ୍କୁ ପଚାରିବାରୁ ପୂର୍ବରୁ ଯାହା କାମ ସରିଛି, ବର୍ତ୍ତମାନ ଆମ ପାଖରେ ଆହୁରି ପାଣ୍ଠି ଅଛି, ସପ୍ତାହେ ମଧ୍ୟରେ ଯାହା କାମ ରହିଯାଇଛି ଆରମ୍ଭ କରିବୁ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri