ଆଡ୍‌ମିଟ୍‌ କାର୍ଡ ପାଇଁ ଟଙ୍କା

ଚନ୍ଦାହାଣ୍ଡି, ୬।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସରକାରୀ ପାନାବେଡ଼ା ନୂତନ ହାଇସ୍କୁଲ ଛାତ୍ରୀଛାତ୍ରଙ୍କଠାରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆଡ୍‌ମିଟ୍‌ କାର୍ଡ ଦେବା ସମୟରେ ଟଙ୍କା ଆଦାୟ କରାଯାଇଛି। ଏହି ସମୟର ଏକ ଭିଡିଓ ଏବେ ଭାଇରାଲ ହେଉଛି। ସ୍କୁଲ କର୍ତ୍ତୃପକ୍ଷ ଆଡ୍‌ମିଟ୍‌ କାର୍ଡ ପାଇଁ ଟଙ୍କା ଆଦାୟ କଥାକୁ ଅସ୍ବୀକାର କରୁଛନ୍ତି। ବିଇଓ ଶୁଭେନ୍ଦୁ କୁମାର ମଣ୍ଡଳ ଶୁକ୍ରବାର ସ୍କୁଲରେ ପହଞ୍ଚତ୍ ଘଟଣାର ତଦନ୍ତ କରିଛନ୍ତି। ଏହି ଘଟଣାକୁ ବୁଦ୍ଧିଜୀବୀ ଓ ଅଞ୍ଚଳବାସୀ ନାପସନ୍ଦ କରିବା ସହ ଟଙ୍କା ନେଇଥିବା ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।
ସୂଚନାନୁଯାୟୀ, ଚନ୍ଦାହାଣ୍ଡି ଅଞ୍ଚଳରେ ଏବେ ଏକ ଭିଡିଓ ଭାଇରାଲ ହେଉଛି; ଯେଉଁଥିରେ ପାନାବେଡ଼ା ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ଆଡ୍‌ମିଟ କାର୍ଡ ନେଉଥିବା ସମୟରେ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ପିଲାଙ୍କୁ ଟଙ୍କା ମାଗୁଛନ୍ତି। ପିଲାମାନେ ଟଙ୍କା ଦେଇ ଆଡ୍‌ମିଟ କାର୍ଡ ନେଉଥିବା ଉକ୍ତ ଭାଇରାଲ ଭିଡିଓରେ ଦେଖାଯାଉଛି। ତେବେ ଟଙ୍କା କ’ଣ ପାଇଁ ମଗାଯାଇଛି ପିଲାମାନେ ଜାଣି ନ ଥିବା ବେଳେ ୧୦୦ଟଙ୍କା ଦେଇ ଆଡ୍‌ମିଟ କାର୍ଡ ନେଇଥିବା ସେମାନେ କହିଛନ୍ତି। ଏ ସମ୍ପର୍କରେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶରତ କୁମାର ମାଝିଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ଜାଣି ନ ଥିବା କହିଥିଲେ। ଏକ ଭୋଜି ସମୟରେ ପିଲାମାନେ ଉଠାଇଥିବା ଫଟୋ ଦେବା ବାବଦରେ ଶିକ୍ଷକମାନେ ଟଙ୍କା ମାଗିଥାଇପାରନ୍ତି ବୋଲି କହିବା ସହ ଏହାର ତଦନ୍ତ କରିବେ ବୋଲି ସୂଚନା ଦେଇଛନ୍ତି। ଭାଇରାଲ ଭିଡିଓରେ ଟଙ୍କା ନେଉଥିବା କ୍ରୀଡ଼ା ଶିକ୍ଷକଙ୍କୁ ପଚାରିବାରୁ ଫଟୋ ପାଇଁ ଉକ୍ତ ଟଙ୍କା ନିଆଯାଇଥିବା ସେ କହିଛନ୍ତି। ଚନ୍ଦାହାଣ୍ଡି ବିଇଓ ଶୁଭେନ୍ଦୁ କୁମାର ମଣ୍ଡଳଙ୍କୁ ପଚାରିବାରୁ ଏ ସମ୍ପର୍କରେ କୌଣସି ଅଭିଯୋଗ ହୋଇ ନ ଥିବା ବେଳେ ଆଡ୍‌ମିଟ୍‌ କାର୍ଡ ପାଇଁ କୌଣସି ଟଙ୍କା ନିଆଯାଏ ନାହିଁ ବୋଲି କହିବା ସହ ଏହାର ତଦନ୍ତ କରାଯାଇଛି। ଅଭିଯୋଗ ପ୍ରମାଣ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri