ଆଡ୍‌ମିଟ୍‌ କାର୍ଡ ପାଇଁ ଟଙ୍କା

ଚନ୍ଦାହାଣ୍ଡି, ୬।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସରକାରୀ ପାନାବେଡ଼ା ନୂତନ ହାଇସ୍କୁଲ ଛାତ୍ରୀଛାତ୍ରଙ୍କଠାରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆଡ୍‌ମିଟ୍‌ କାର୍ଡ ଦେବା ସମୟରେ ଟଙ୍କା ଆଦାୟ କରାଯାଇଛି। ଏହି ସମୟର ଏକ ଭିଡିଓ ଏବେ ଭାଇରାଲ ହେଉଛି। ସ୍କୁଲ କର୍ତ୍ତୃପକ୍ଷ ଆଡ୍‌ମିଟ୍‌ କାର୍ଡ ପାଇଁ ଟଙ୍କା ଆଦାୟ କଥାକୁ ଅସ୍ବୀକାର କରୁଛନ୍ତି। ବିଇଓ ଶୁଭେନ୍ଦୁ କୁମାର ମଣ୍ଡଳ ଶୁକ୍ରବାର ସ୍କୁଲରେ ପହଞ୍ଚତ୍ ଘଟଣାର ତଦନ୍ତ କରିଛନ୍ତି। ଏହି ଘଟଣାକୁ ବୁଦ୍ଧିଜୀବୀ ଓ ଅଞ୍ଚଳବାସୀ ନାପସନ୍ଦ କରିବା ସହ ଟଙ୍କା ନେଇଥିବା ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।
ସୂଚନାନୁଯାୟୀ, ଚନ୍ଦାହାଣ୍ଡି ଅଞ୍ଚଳରେ ଏବେ ଏକ ଭିଡିଓ ଭାଇରାଲ ହେଉଛି; ଯେଉଁଥିରେ ପାନାବେଡ଼ା ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ଆଡ୍‌ମିଟ କାର୍ଡ ନେଉଥିବା ସମୟରେ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ପିଲାଙ୍କୁ ଟଙ୍କା ମାଗୁଛନ୍ତି। ପିଲାମାନେ ଟଙ୍କା ଦେଇ ଆଡ୍‌ମିଟ କାର୍ଡ ନେଉଥିବା ଉକ୍ତ ଭାଇରାଲ ଭିଡିଓରେ ଦେଖାଯାଉଛି। ତେବେ ଟଙ୍କା କ’ଣ ପାଇଁ ମଗାଯାଇଛି ପିଲାମାନେ ଜାଣି ନ ଥିବା ବେଳେ ୧୦୦ଟଙ୍କା ଦେଇ ଆଡ୍‌ମିଟ କାର୍ଡ ନେଇଥିବା ସେମାନେ କହିଛନ୍ତି। ଏ ସମ୍ପର୍କରେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶରତ କୁମାର ମାଝିଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ଜାଣି ନ ଥିବା କହିଥିଲେ। ଏକ ଭୋଜି ସମୟରେ ପିଲାମାନେ ଉଠାଇଥିବା ଫଟୋ ଦେବା ବାବଦରେ ଶିକ୍ଷକମାନେ ଟଙ୍କା ମାଗିଥାଇପାରନ୍ତି ବୋଲି କହିବା ସହ ଏହାର ତଦନ୍ତ କରିବେ ବୋଲି ସୂଚନା ଦେଇଛନ୍ତି। ଭାଇରାଲ ଭିଡିଓରେ ଟଙ୍କା ନେଉଥିବା କ୍ରୀଡ଼ା ଶିକ୍ଷକଙ୍କୁ ପଚାରିବାରୁ ଫଟୋ ପାଇଁ ଉକ୍ତ ଟଙ୍କା ନିଆଯାଇଥିବା ସେ କହିଛନ୍ତି। ଚନ୍ଦାହାଣ୍ଡି ବିଇଓ ଶୁଭେନ୍ଦୁ କୁମାର ମଣ୍ଡଳଙ୍କୁ ପଚାରିବାରୁ ଏ ସମ୍ପର୍କରେ କୌଣସି ଅଭିଯୋଗ ହୋଇ ନ ଥିବା ବେଳେ ଆଡ୍‌ମିଟ୍‌ କାର୍ଡ ପାଇଁ କୌଣସି ଟଙ୍କା ନିଆଯାଏ ନାହିଁ ବୋଲି କହିବା ସହ ଏହାର ତଦନ୍ତ କରାଯାଇଛି। ଅଭିଯୋଗ ପ୍ରମାଣ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?