Posted inଖେଳ

ଅଂଶୁମାନଙ୍କ ପାଇଁ ଅର୍ଥ ବାଧକ

ସମ୍ବଲପୁର,୯ା୭(ବି.ଶଙ୍କର): ସଫ୍ଟ ଟେନିସରେ ଜାତୀୟ ସ୍ତରର ସଫଳତା ହାସଲ କରିଛନ୍ତି ସମ୍ବଲପୁରର ଅଂଶୁମାନ ବାବୁ। ଚଳିତ ମାସ ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ଥାଇଲାଣ୍ଡର ପଟ୍ଟାୟାଠାରେ ଅନ୍ତର୍ଜାତୀୟ ସଫ୍ଟ ଟେନିସ ଚାମ୍ପିୟନଶିପ -୨୦୨୩ ଅନୁଷ୍ଠିତ ହେବ। ଏଥିରେ ୧୮ବର୍ଷରୁ କମ ବର୍ଗରେ ଅଂଶଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି ଉଦୀୟମାନ ତାରକା ଅଂଶୁମାନ। ସର୍ବଭାରତୀୟ ସ୍ତରରେ ୧୬ ଯୋଗ୍ୟତା ହାସଲକାରୀ ମଧ୍ୟରେ ଅଂଶୁମାନ ହେଉଛନ୍ତି ଏକମାତ୍ର ଓଡ଼ିଆ। ଏହା ସହିତ ସେପ୍ଟେମ୍ବର ମାସରେ ଚାଇନା ଠାରେ ହେବାକୁ ଥିବା ଏସିଆନ ଗେମ୍ସରେ ପାଇଁ ମଧ୍ୟ ଯୋଗ୍ୟତା ହାସଲ କରିଛନ୍ତି। ତେବେ ପ୍ରତିଯୋଗିତାରେ ଭାଗ ନେବାକୁ ତାଙ୍କ ପାଇଁ ଅର୍ଥ ବାଧକ ସାଜିଛି। ଶୁକ୍ରବାର ସମ୍ବଲପୁର ଜିଲାପାଳ ଅନନ୍ୟା ଦାସଙ୍କୁ ଭେଟି ସହଯୋଗ କରିବାକୁ ଅନୁରୋଧ କରିଛନ୍ତି ଅଂଶୁମାନ।
ପ୍ରାଥମିକ ଭାବରେ ସମ୍ବଲପୁର କମିଶନର କଲୋନୀ ଠାରେ ଥିବା ବୀର ସୁରେନ୍ଦ୍ର ସାଏ ଟେନିସ କୋର୍ଟରେ ସେ ତାଲିମ ନେଇଥିଲେ। ଯୁକ୍ତ୨ ବିଜ୍ଞାନ ଦ୍ୱିତୀୟ ବର୍ଷରେ ପଢୁଥିବା ଏହି ଉଦୀୟମାନ ଖେଳାଳି ବର୍ତ୍ତମାନ ଭୁବନେଶ୍ୱର ସ୍ଥିତ ଭେଙ୍କଟେଶ୍ୱର ଇଂଲିଶ ମିଡିୟମ ସ୍କୁଲଠାରେ ତାଲିମ ଗ୍ରହଣ କରୁଛନ୍ତି। ଟେନିସ ଫେଡେରେଶନ ଅଫ୍‌ ଇଣ୍ଡିଆ ପକ୍ଷରୁ ଚୟନ ହୋଇଥିବା ଅଂଶୁମାନ ହେଉଛନ୍ତି ଠେମେରା ଗ୍ରାମର ମୂଳ ନିବାସୀ ସଞ୍ଜୀବ ଓ ଗାୟତ୍ରୀ ବାବୁଙ୍କ ଦ୍ୱିତୀୟ ପୁତ୍ର। ବର୍ତ୍ତମାନ ଏହି ପରିବାର ସମ୍ବଲପୁର ଚାରଭାଟିରେ ଅବସ୍ଥାନ କରୁଛନ୍ତି। ଜିଲାପାଳ, ରାଜ୍ୟ ସରକାର ତଥା ବିଭିନ୍ନ ଅନୁଷ୍ଠାନ କିମ୍ବା ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗ ରହିଲେ ସଫଳତା ହାସଲ କରିବା ନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

ବିବାହକୁ ପୂରିନି ମାସେ: ଜୁଲାଇ ୧୨ରେ ବାହାଘର ଅଗଷ୍ଟ ୫ରେ ହତ୍ୟା, ବାହାଘର ନା…

ନିଶ୍ଚିନ୍ତକୋଇଲି,୭।୮(ଅଶୋକ କୁମାର ମହାପାତ୍ର): ବାହାଘରକୁ ମାତ୍ର ୨୫ ଦିନ ହୋଇଥିବା ବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀ ହତ୍ୟା କରିଛନ୍ତି। କଟକ ଜିଲା ନେମାଳ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri