ମଧ୍ୟାହ୍ନଭୋଜନ ବାକିରେ ଚାଲିଛି

ରାଜନଗର,୨୯ା୩(ଡି.ଏନ.ଏ.): ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ବିଦ୍ୟାଳୟରେ ପାଠ ପଢୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ସରକାର ମଧ୍ୟାହ୍ନଭୋଜନ ଯୋଗାଇ ଦେଉଛନ୍ତି। ସରକାର ବିଦ୍ୟାଳୟ ପଏଣ୍ଟରେ ଚାଉଳ ପହଞ୍ଚାଇ ଦେଉଥିବା ବେଳେ ଦାୟିତ୍ୱରେ ଥିବା ଶିକ୍ଷକ ସ୍ଥାନୀୟ ବଜାରରୁ ଅଣ୍ଡା, ଡାଲି, ପରିବା, ଆଳୁ ଓ ଅନ୍ୟ ସାମଗ୍ରୀ କିଣି ରୋଷେଇ କରି ଛାତ୍ରୀଛାତ୍ରମାନଙ୍କୁ ଖାଇବାକୁ ଦେଇଥାନ୍ତି। କେଉଁ ବିଦ୍ୟାଳୟରେ ଯଦି କେଉଁଦିନ ରୋଷେଇ ବନ୍ଦ ଥାଏ, ତେବେ ପ୍ରଧାନ ଶିକ୍ଷକଙ୍କ ବିରୋଧରେ ଏଥିପାଇଁ କାର୍ଯ୍ୟାନୁଷ୍ଠାନ ହୁଏ। ମାତ୍ର କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଞ୍ଚଳରେ ସରକାର ଏହି ମଧ୍ୟାହ୍ନ ଭୋଜନ ପାଇଁ ମାସେ କି ଦୁଇ ମାସ ନୁହେଁ, ୭ ମାସ ହେଲା ଟଙ୍କା ଯୋଗାଇ ଦେଇନାହାନ୍ତି। ବିଦ୍ୟାଳୟକୁ ପରିବା, ଅଣ୍ଡା ଓ ଅନ୍ୟ ସାମଗ୍ରୀ ଦେଉଥିବା ବ୍ୟବସାୟୀମାନେ ସାମଗ୍ରୀ ଦେବାକୁ ବି ମନା କରି ଦେଲେଣି। ବାରମ୍ବାର ଏ ସମ୍ପର୍କରେ ଶିକ୍ଷକମାନେ ବ୍ଲକ ଶିକ୍ଷାଧିକାରୀଙ୍କୁ ଜଣାଇବା ପରେ ବି ଟଙ୍କା ପାଇଲେ ନାହିଁ। ଗତ ସେପ୍ଟେମ୍ବର ୨୦୨୨ରୁ ମାର୍ଚ୍ଚ ୨୦୨୩ ଯାଏ ୭ ମାସ ହେଲା ମଧ୍ୟାହ୍ନ ଭୋଜନ ଅର୍ଥ ମିଳିନି। ଶିକ୍ଷକମାନେ ବାକିରେ ମଧ୍ୟାହ୍ନ ଭୋଜନ ଚଳାଉଥିବା ବେଳେ ଟଙ୍କା ନ ଦେଇ ମଧ୍ୟାହ୍ନଭୋଜନ ଅଡିଟ ପାଇଁ ତାରିଖ ନିର୍ଦ୍ଧାରଣ ପରେ ଶିକ୍ଷକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ମଙ୍ଗଳବାର ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘର ବିଜୟ କୁମାର ଜେନା, ସୁଶାନ୍ତ କୁମାର ପ୍ରଧାନ, ଦୟାନିଧି ସ୍ବାଇଁ, ଦାମୋଦର ସ୍ବାଇଁ, ଚିତ୍ତ ରଞ୍ଜନ ସାହୁ, ପରେଶ କୁମାର ସାହୁ ପ୍ରମୁଖ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଶିକ୍ଷାଧିକାରୀ ମନୋରଞ୍ଜନ ସେଠୀଙ୍କ ସହ ଶିକ୍ଷକମାନଙ୍କର ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଆସନ୍ତା ୭ ଦିନ ଭିତରେ ମଧ୍ୟାହ୍ନ ଭୋଜନ ଅର୍ଥ ନ ମିଳିଲେ ଏପ୍ରିଲ ୩ ତାରିଖ ଦିନ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକମାନେ ଧାରଣାରେ ବସିବେ ବୋଲି ଶିକ୍ଷକ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri