ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ (୧୬) କ୍ରିକେଟ ଖେଳୁଛନ୍ତି। ଆଶା ଅନେକ ହେଲେ ଅର୍ଥ ସାଜିଛି ବାଧକ। ସରକାରୀ ସ୍ତରରେ ସହଯୋଗ ମିଳିଲେ ନିଜର ଦକ୍ଷତାକୁ ପ୍ରତିପାଦିତ କରିପାରନ୍ତେ ବୋଲି ସେ କହିଛନ୍ତି। ରଘୁନାଥପୁର ବ୍ଲକ କୋରକୋରା ଗ୍ରାମରେ ସୂର୍ଯ୍ୟକାନ୍ତଙ୍କ ଘର। ନବୀନ ଓଡ଼ିଶା ନୂଆ ଓଡ଼ିଶା କାର୍ଯ୍ୟକ୍ରମ ପରିପେକ୍ଷୀରେ ରଘୁନାଥପୁର ବ୍ଲକ ପକ୍ଷରୁ ୧୯ଟି ପଞ୍ଚାୟତରେ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ସୂର୍ଯ୍ୟକାନ୍ତ ପଞ୍ଚାୟତରୁ ବ୍ଲକସ୍ତରୀୟ ଓ ପରେ ଜିଲାସ୍ତରୀୟ କ୍ରିକେଟରେ ମଧ୍ୟ ଅଲରାଉଣ୍ଡର ଭାବେ ସଫଳତା ହାସଲ କରିଥିଲେ। ପରେ ରାଜ୍ୟସ୍ତରୀୟ କ୍ରିକେଟ୍‌ ପାଇଁ ସେ ସମ୍ବଲପୁରଠାରେ ମନୋନୀତ ହୋଇ ବିହାର ରାଜ୍ୟକୁ କ୍ରିକେଟ ଖେଳିବାକୁ ଯାଇଥିଲେ। ସେଠାରେ ସୂର୍ଯ୍ୟକାନ୍ତ ନିଜର ପରାକାଷ୍ଠା ବଳରେ ସଫଳତା ପାଇ ଉଚ୍ଚ ପ୍ରଶଂସିତ ହୋଇଥିଲେ। ପିତା ଯୋଗେନ୍ଦ୍ର ଦାସ ଓ ମା’ ସସ୍ମିତାଙ୍କ ପୁତ୍ର ସୂର୍ଯ୍ୟକାନ୍ତ ରଘୁନାଥପୁର ବ୍ଲକ ଅନ୍ତର୍ଗତ ଏକ ମଫସଲ ଗ୍ରାମର ଅତ୍ୟନ୍ତ ଗରିବ ପରିବାରରେ ଜନ୍ମ ହୋଇଥିଲେ। ତାଙ୍କର ପିଲାଟି ଦିନରୁ କ୍ରିକେଟ ଖେଳ ପ୍ରତି ଅଧିକ ଆଗ୍ରହ ରହିଥିଲା। ଗ୍ରାମାଞ୍ଚଳରେ କ୍ରିକେଟ ପ୍ରତିଯୋଗିତା ହେଉ କି ବିଦ୍ୟାଳୟସ୍ତରରେ ସେ ଅନେକ ଟ୍ରଫି ହାସଲ କରି ଗ୍ରାମ ପାଇଁ ଗୌରବ ଆଣିପାରିଛନ୍ତି। ଯଦି ସୂର୍ଯ୍ୟକାନ୍ତଙ୍କୁ ସରକାରଙ୍କ ପକ୍ଷରୁ ମାଗଣାରେ କ୍ରିକେଟ କୋଚିଂ ଦିଆଯିବାର ବ୍ୟବସ୍ଥା କରାଯାଇପାରନ୍ତା, ତେବେ ସେ ଏକ ଉଚ୍ଚକୋଟୀର କ୍ରିକେଟର ହୋଇ ଓଡ଼ିଶା ପାଇଁ ଅନେକ ଗୌରବ ଆଣିପାରିବେ ବୋଲି ଗଣମାଧ୍ୟମକୁ ଏକ ସାକ୍ଷାତ୍‌କାରରେ କହିଛନ୍ତି। ଆମ ଓଡ଼ିଶା ନବୀନ ଓଡ଼ିଶା କ୍ରୀଡ଼ା ପ୍ରତିଯୋଗିତାରେ ସଫଳତା ହାସଲ କରି ରାଜ୍ୟ ପାଇଁ ଖେଳୁଥିବା ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କୁ ସରକାରୀ ସୁବିଧା ସୁଯୋଗ ଯୋଗାଇଦେବାକୁ ସରପଞ୍ଚଙ୍କ ପ୍ରତିନିଧି ଚନ୍ଦ୍ରକାନ୍ତ ପଣ୍ଡାଙ୍କ ସହ ଅଞ୍ଚଳବାସୀ ଜିଲାପାଳ ଓ ସରକାରଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri