ବର୍ଷାଜଳ ସଂରକ୍ଷଣ ପାଇଁ ଟଙ୍କା ଆସୁଛି, କାମ ହେଉନି

ରାୟଗଡ଼ା,୧୦ା୨(ସ୍ବ.ପ୍ର.):ରାୟଗଡ଼ା ଜିଲାରେ ଭୂତଳ ଜଳସ୍ତର କମିବାରେ ଲାଗିଛି। ରାସ୍ତା ଓ ନର୍ଦ୍ଦମାରେ ପ୍ରବାହିତ ହୋଇ ନଷ୍ଟ ହେଉଥିବା ବର୍ଷାଜଳକୁ ଛାତ ଉପରେ ସଂରକ୍ଷଣ କରାଯାଇ ପାରିଲେ ଆଗାମୀ ଦିନରେ ଜିଲାରେ ଜଳ ସଙ୍କଟ ରହିବ ନାହିଁ। ସରକାରଙ୍କ ପକ୍ଷରୁ ଏଥିପାଇଁ ଅର୍ଥ ଖର୍ଚ୍ଚ କରାଯାଉଛି। ହେଲେ ଅଧିକାରୀମାନେ ଏଭଳି ଏକ ଗମ୍ଭୀର ବିଷୟକୁ ଗୁରୁତର ସହ ନେଇ ଜଳ ସଂରକ୍ଷଣ ଦିଗରେ କାମ କରୁ ନ ଥିବା ଜଣାପଡ଼ିଛି। କରୋନା ସମୟରେ ରୁଫ୍‌ଟପ୍‌ରେ ବର୍ଷା ଜଳ ସଂରକ୍ଷଣ ପାଇଁ ପ୍ରାୟ ୨ଲକ୍ଷ ୫୦ ହଜାର ଟଙ୍କା ମଞ୍ଜୁର ହୋଇଥିଲା। ହେଲେ ହୋଇ ନ ଥିବା ଜଣାପଡ଼ିଛି।
ଜିଲାପାଳଙ୍କ କାର୍ଯ୍ୟାଳୟ ବ୍ୟତୀତ ଜିଲା ପରିଷଦ କାର୍ଯ୍ୟାଳୟ, ସର୍କିଟ ହାଉସ, ପୂର୍ତ୍ତ ବିଭାଗ ଡାକବଙ୍ଗଳା, ଜିଲା ନିୟୋଜନ କାର୍ଯ୍ୟାଳୟ, ପୌର ପରିଷଦ କାର୍ଯ୍ୟାଳୟ, ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଏହି ଜଳ ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟ ୨୦୨୦ରେ ହାତକୁ ନିଆଯାଇଥିଲା। ୪ଟି କାର୍ଯ୍ୟାଳୟରେ ୨ଲକ୍ଷ ୫୦ ହଜାର ଓ ୩ ଟି କାର୍ଯ୍ୟାଳୟରେ ୨ ଲକ୍ଷ ଲେଖାଏ ଖର୍ଚ୍ଚ ଆକଳନ ପରେ ତାହାର ଅନୁଦାନ ଜଳସମ୍ପଦ ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ମୋଟ ୧୬ ଲକ୍ଷ ଟଙ୍କା ଆସିଥିଲା। ହେଲେ ୭ ସରକାରୀ କୋଠା ମଧ୍ୟରୁ କୌଣସି ଗୋଟିଏ ସ୍ଥାନରେ ମଧ୍ୟ ଏହି ପ୍ରକଳ୍ପ ନିର୍ମାଣ ହୋଇନାହିଁ। ଏମିତିକି ଅନ୍ୟ ସରକାରୀ କୋଠା ଗୁଡ଼ିକୁ ମଧ୍ୟ ଏବେ ଯୋଜନାରେ ସାମିଲ କରିବାକୁ ଯୋଜନା ଚାଲିଛି। ତେବେ ମହତ୍‌ ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ଏହି ଯୋଜନା ସଫଳ କିପରି ହେବ ତାହାକୁ ନେଇ ପ୍ରଶ୍ନ ଉଠିଛି। ରାୟଗଡ଼ା ବିଭାଜନ କାର୍ଯ୍ୟାଳୟରେ କୌଣସି କର୍ମଚାରୀ ନାହାଁନ୍ତି। ମୁଖ୍ୟ ଭୂତତ୍ତ୍ୱବିତ୍‌ ୩ ଜିଲା ଦାୟିତ୍ୱରେ ରହିଛନ୍ତି। ସେହିଭଳି ଏବେକାର ଯନ୍ତ୍ରୀ ୪ଟି ଜିଲା ଓ ଅନ୍ୟ କର୍ମଚାରୀମାନେ ୨ଜିଲା ଦାୟିତ୍ୱରେ ରହିଛନ୍ତି। ତେଣୁ ଅଧିକାରୀମାନଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରିନି। ବିଭାଗୀୟ କାର୍ଯ୍ୟାଳୟରେ ଥିବା କର୍ମଚାରୀଙ୍କୁ ଦାୟିତ୍ୱରେ ଥିବା ଯନ୍ତ୍ରୀଙ୍କ ମୋବାଇଲ ନମ୍ବର ମାଗିବାରୁ ସେ ଦେବାକୁ ମନା କରି ଦେଇଥିଲେ। ତେଣୁ ଭୂତଳ ଜଳ ସଂରକ୍ଷଣ ପ୍ରକଳ୍ପ କାମ କିପରି ଚାଲିଛି ତାହାର ତଦନ୍ତ କରି ଜିଲା ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାର ଆବଶ୍ୟକତା ରହିଛି ବୋଲି ଜନସାଧାରଣ ଏବଂ ବୁଦ୍ଧିଜୀବୀ ମତପ୍ରକାଶ କରିଛନ୍ତି। ଏଥିସହ ତଦନ୍ତ ଦାୟିତ୍ୱ ଭିଜିଲାନ୍ସ ବିଭାଗକୁ ହସ୍ତାନ୍ତର କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri