ଟଙ୍କା ପୈଠ କଲେ, ଖୋଳାଯାଉନି ଗଭୀର ନଳକୂପ

ବରଗଡ଼ ଅଫିସ୍‌,୨୨ା୩: ଅଣଜଳସେଚିତ ଅଞ୍ଚଳର ଜମିକୁ ପାଣି ମଡ଼ାଇ ଚାଷ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ରିହାତିରେ ଗଭୀର ନଳକୂପ ଖନନ ଯୋଜନା ହାତକୁ ନେଇଛନ୍ତି। ମାତ୍ର ଉଠାଜଳସେଚନ ବିଭାଗର ଅପାରଗତା ଯୋଗୁ ଏହି ଯୋଜନା ବାଟବଣା ହୋଇପଡ଼ିଛି। ଚାଷୀମାନେ ଆବଶ୍ୟକମତେ ଅଗ୍ରିମ ଜମା କରିବା ସତ୍ତ୍ବେ ସେମାନଙ୍କ ଜମିରେ ଗଭୀର ନଳକୂପ ଖନନ କରାଯାଇନାହିଁ। ବରଗଡ଼ ଜିଲା ବିଜେପୁର ଥାନା ଲାଉମୁଣ୍ଡା ପଞ୍ଚାୟତ ଚେରଙ୍ଗାମୁଣ୍ଡା ଗ୍ରାମର ଚାଷୀମାନେ ଏଭଳି ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କ ଆବେଦନ ଅନୁସାରେ ଗଭୀର ନଳକୂପ ଖୋଲିବାକୁ ଦାବି କରି ଚାଷୀମାନେ ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋଙ୍କୁ ସେମାନେ ସ୍ମାରକପତ୍ର ପ୍ରଦାନ କରିଥିଲେ। ଚେରଙ୍ଗାମୁଣ୍ଡା ଗ୍ରାମର ଚାଷୀମାନେ ଗଭୀର ନଳକୂପ ଖନନ ପାଇଁ ସେମାନେ ୨୦୧୯ରୁ ଆବେଦନ କରିଥିଲେ। ଆବେଦନ ସମୟରେ ସେମାନେ ଅଗ୍ରିମ ଦେୟ ମଧ୍ୟ ଉଠାଜଳସେଚନ ବିଭାଗରେ ଜମା କରିଥିଲେ। କିନ୍ତୁ ଏପର୍ଯ୍ୟନ୍ତ ସେମାନଙ୍କ ଜମିରେ ଗଭୀର ନଳକୂପ ଖନନ କରାଯାଇନାହିଁ। ଫଳରେ ଯେଉଁ ଆଶା ନେଇ ଗଭୀର ନଳକୂପ ଆଶାରେ ଅଗ୍ରିମ ଦେୟ ଜମା କରିଥିଲେ, ସେହି ଆଶା ଧୂଳିସାତ୍‌ ହୋଇ ଯାଇଥିବା ଚାଷୀମାନେ କହିଛନ୍ତି। ସେମାନଙ୍କ ଜମିରେ ଗଭୀର ନଳକୂପ ଖନନ ଦିଗରେ ବିହିତ ପଦକ୍ଷେପ ନେବାକୁ ହୃଷିକେଶ ଭୋଇ, ପ୍ରଫୁଲ୍ଲ ପଟେଲ, ଗଣନାଥ ସାହୁ ପ୍ରମୁଖଙ୍କ ନେତୃତ୍ୱରେ ଆସିଥିବା ଚାଷୀମାନେ ଜିଲାପାଳଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri