ଟଙ୍କା ପୈଠ କଲେ, ଖୋଳାଯାଉନି ଗଭୀର ନଳକୂପ

ବରଗଡ଼ ଅଫିସ୍‌,୨୨ା୩: ଅଣଜଳସେଚିତ ଅଞ୍ଚଳର ଜମିକୁ ପାଣି ମଡ଼ାଇ ଚାଷ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ରିହାତିରେ ଗଭୀର ନଳକୂପ ଖନନ ଯୋଜନା ହାତକୁ ନେଇଛନ୍ତି। ମାତ୍ର ଉଠାଜଳସେଚନ ବିଭାଗର ଅପାରଗତା ଯୋଗୁ ଏହି ଯୋଜନା ବାଟବଣା ହୋଇପଡ଼ିଛି। ଚାଷୀମାନେ ଆବଶ୍ୟକମତେ ଅଗ୍ରିମ ଜମା କରିବା ସତ୍ତ୍ବେ ସେମାନଙ୍କ ଜମିରେ ଗଭୀର ନଳକୂପ ଖନନ କରାଯାଇନାହିଁ। ବରଗଡ଼ ଜିଲା ବିଜେପୁର ଥାନା ଲାଉମୁଣ୍ଡା ପଞ୍ଚାୟତ ଚେରଙ୍ଗାମୁଣ୍ଡା ଗ୍ରାମର ଚାଷୀମାନେ ଏଭଳି ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କ ଆବେଦନ ଅନୁସାରେ ଗଭୀର ନଳକୂପ ଖୋଲିବାକୁ ଦାବି କରି ଚାଷୀମାନେ ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋଙ୍କୁ ସେମାନେ ସ୍ମାରକପତ୍ର ପ୍ରଦାନ କରିଥିଲେ। ଚେରଙ୍ଗାମୁଣ୍ଡା ଗ୍ରାମର ଚାଷୀମାନେ ଗଭୀର ନଳକୂପ ଖନନ ପାଇଁ ସେମାନେ ୨୦୧୯ରୁ ଆବେଦନ କରିଥିଲେ। ଆବେଦନ ସମୟରେ ସେମାନେ ଅଗ୍ରିମ ଦେୟ ମଧ୍ୟ ଉଠାଜଳସେଚନ ବିଭାଗରେ ଜମା କରିଥିଲେ। କିନ୍ତୁ ଏପର୍ଯ୍ୟନ୍ତ ସେମାନଙ୍କ ଜମିରେ ଗଭୀର ନଳକୂପ ଖନନ କରାଯାଇନାହିଁ। ଫଳରେ ଯେଉଁ ଆଶା ନେଇ ଗଭୀର ନଳକୂପ ଆଶାରେ ଅଗ୍ରିମ ଦେୟ ଜମା କରିଥିଲେ, ସେହି ଆଶା ଧୂଳିସାତ୍‌ ହୋଇ ଯାଇଥିବା ଚାଷୀମାନେ କହିଛନ୍ତି। ସେମାନଙ୍କ ଜମିରେ ଗଭୀର ନଳକୂପ ଖନନ ଦିଗରେ ବିହିତ ପଦକ୍ଷେପ ନେବାକୁ ହୃଷିକେଶ ଭୋଇ, ପ୍ରଫୁଲ୍ଲ ପଟେଲ, ଗଣନାଥ ସାହୁ ପ୍ରମୁଖଙ୍କ ନେତୃତ୍ୱରେ ଆସିଥିବା ଚାଷୀମାନେ ଜିଲାପାଳଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?