ଅନ୍ତେଷ୍ଟିକ୍ରିୟା ପାଇଁ ଯାଇଥିଲେ ଗାଁକୁ, ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୨ା୩(ଡି.ଏନ୍‌.ଏ): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ଫ୍ରେଣ୍ଡସ କଲୋନୀରୁ ପୁଣି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏସ. ଲୋକନାଥ ରେଡ୍ଡୀଙ୍କ ଘର ତାଲା ଭାଙ୍ଗି ସୁନା ରୁପା ଅଳଙ୍କାର, ଟିଭି, ଲାପ୍‌ଟପ୍‌ ଏବଂ ବାସନକୁସନ ଚୋରି ହୋଇଛି । ରେଡ୍ଡୀ ନିଜ ମା’ଙ୍କ ମୃତ୍ୟୁ ଖବର ଶୁଣି ଛତ୍ରପୁର ନିଜ ଗାଁକୁ ଯାଇଥିଲେ। ସେଠାରେ ମା’ଙ୍କ ଅନ୍ତେଷ୍ଠି କାର୍ଯ୍ୟ ସାରି ୧୫ ଦିନ ପରେ ପାରଳାଖେମୁଣ୍ଡି ଫେରିଥିବା ବେଳେ ଘର ଭିତରପଟୁ ବନ୍ଦଥିବା ଜାଣି ସ୍ଥାନୀୟ କିଛି ଯୁବକଙ୍କୁ ବାରିପଟେ ଯାଇ ଦେଖିବାକୁ କହିଥିଲେ। ବାରିପଟ ତାଲା ଭାଙ୍ଗିଯାଇ ଘର ଖୋଲାଥିବା ଦେଖିଥିଲେ। କବାଟ ଖୋଲି ଦେଖିବା ପରେ ଘରୁ ୨ ଭରିରୁ ଊର୍ଦ୍ଧ୍ୱ ସୁନା ଅଳଙ୍କାର, ଟିଭି, ଲାପଟପ, ନଗଦ ୪୦ହଜାର ଟଙ୍କା ସହ ବହୁ ଆସବାବପତ୍ର ଚୋରି ହୋଇଥିବା ଦେଖିବାକୁ ପାଇଥିଲେ। ଏ ନେଇ ସେ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ହେଲେ ପୋଲିସକୁ କୌଣସି ସୁରାକ ମିଳି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri