Posted inଜାତୀୟ

ମନି ଲଣ୍ଡରିଂ ମାମଲା: ଜାମିନ ଆବେଦନର ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧।୫: ମନି ଲଣ୍ଡରିଂ ମାମଲାରେ ଏନସିପି ନେତା ନଓ୍ବାବ ମଲିକଙ୍କ ଜାମିନ ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ମଙ୍ଗଳବାର ବମ୍ବେ ହାଇକୋର୍ଟ ଏହି ମାମଲାର ଶୁଣାଣି କରିବେ ବୋଲି କୋର୍ଟ କହିଛନ୍ତି। ଯଦି ହାଇକୋର୍ଟ ଶୁଣାଣି ନ କରିବେ, ତେବେ ଆବେଦନକାରୀ ପୁନର୍ବାର ସର୍ବୋଚ୍ଚ ନ୍ୟାୟାଳୟକୁ ଆସିପାରିବେ, କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ହାଇକୋର୍ଟ ଜାମିନ ଉପରେ ନିଷ୍ପତ୍ତି ନେବାକୁ ଦିଅନ୍ତୁ।

ନଓ୍ବାବ ମଲିକଙ୍କ ତରଫରୁ ବରିଷ୍ଠ ଓକିଲ କପିଲ ସିବଲ ସୁପ୍ରିମକୋର୍ଟଙ୍କୁ କହିଛନ୍ତି, ଜାମିନ ଆବେଦନ ଶୁଣାଣି ପାଇଁ ଟ୍ରାଏଲ କୋର୍ଟ ୬ ମାସ ସମୟ ନେଇଥିଲେ। ହାଇକୋର୍ଟ ପାଞ୍ଚ ମାସ ସମୟ ନେଇଛନ୍ତି। ବର୍ତ୍ତମାନ ହାଇକୋର୍ଟ ଏହି ମାମଲାକୁ ମେ’ ୨ ଯାଏ ବିଚାରାଧୀନ ରଖିଛନ୍ତି। ସେ ଗତ ଦେଢ ବର୍ଷ ଧରି ଜେଲରେ ଅଛନ୍ତି। ତାଙ୍କର ଗୋଟିଏ କିଡନୀ ଖରାପ ହୋଇସାରିଛି।

ଏନସିପି ନେତା ତଥା ପୂର୍ବତନ ମନ୍ତ୍ରୀ ନଓ୍ବାବ ମଲିକଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ସ୍ବାସ୍ଥ୍ୟ ଦୃଷ୍ଟିରୁ ନଓ୍ବାବ ମଲିକ ମଧ୍ୟବର୍ତ୍ତୀକାଳୀନ ଜାମିନ ମାଗିଛନ୍ତି। ମଲିକ ଏହି ଆବେଦନରେ କହିଛନ୍ତି, ତାଙ୍କର ଗୋଟିଏ କିଡ଼ନୀ ବିଫଳତା ଏବଂ ଅନ୍ୟ କିଡ଼ନୀ ମଧ୍ୟ କମ କାମ କରୁଛି। ପ୍ରତ୍ୟେକ ପରୀକ୍ଷା ପାଇଁ କୋର୍ଟଙ୍କ ଅନୁମତି ନେବାକୁ ଦୁଇ ତିନି ସପ୍ତାହ ସମୟ ଲାଗିଥାଏ। ନବାବ ମଲିକଙ୍କୁ ଗତ ବର୍ଷ ଟଙ୍କା ହେରଫେର ମାମଲାରେ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri