ପିଏମ୍‌ଜିଏସ୍‌ୱାଇରେ ଅର୍ଥ ଆତ୍ମସାତ୍‌

ଯାଜପୁର ଅଫିସ,୯ା୭:ଯାଜପୁର ଜିଲା ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନରେ ନିର୍ମାଣ ହୋଇଥିବା ବାଲିଚନ୍ଦ୍ରପୁର-ଦେକୁରୀ ଏବଂ ଏନ୍‌ଏଚ୍‌-୫(କ)ଠାରୁ ଭରତପୁର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ) ରାସ୍ତାରେ ଅର୍ଥ ଆମତ୍ସାତ୍‌ ଏବଂ ନିମ୍ନମାନ କାମ ହୋଇଥିବା ଅଭିଯୋଗ ହୋଇଛି। ଏହାର ଯୁଗ୍ମ ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ ପିଏମ୍‌ଜିଏସ୍‌ୱାଇର ମୁଖ୍ୟଯନ୍ତ୍ରୀ ତାଙ୍କ ପତ୍ରସଂଖ୍ୟା ୧୮୯୩୩/୮ା୭ା୨୦୨୧ରେ ଏସ୍‌କ୍ୟୁଏମ୍‌(ଷ୍ଟେଟ କ୍ବାଲିଟି ମନିଟରିଂ)ର ଯନ୍ତ୍ରୀ ସୁକାନ୍ତ ବେହେରା ଓ ହିମାଂଶୁ କୁମାର ଆଚାର୍ଯ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ବିଭାଗୀୟ ତଦନ୍ତ ହେଉଥିବାରୁ ସ୍ବଚ୍ଛତା ନେଇ ଆଶଙ୍କା ପ୍ରକାଶ ପାଇଛି।
୨୦୧୮ରେ ୪ କୋଟି ୧୦ ଲକ୍ଷ ଟଙ୍କା ବ୍ୟୟରେ ବାଲିଚନ୍ଦ୍ରପୁର-ଦେକୁରୀ ୧୧.୨ କିିମି ରାସ୍ତା ନିର୍ମାଣ ଆରମ୍ଭ ହୋଇଥିଲା। ୨୦୧୯ ଏପ୍ରିଲ ୨୫ରେ କାମ ଶେଷ କରିବାକୁ ସମୟ ଧାର୍ଯ୍ୟ କରାଯାଇଥିଲା ା ହେଲେ ନିର୍ଦ୍ଧାରିତ ସମୟର ୧ ବର୍ଷ ପରେ ଅର୍ଥାତ୍‌ ୨୦୨୦ ମାର୍ଚ୍ଚରେ ନିର୍ମାଣ ଶେଷ ହୋଇଥିଲା। କିନ୍ତୁ ଏଷ୍ଟିମେଟ୍‌ ଅନୁସାରେ ରାସ୍ତା ହୋଇ ନ ଥିବାରୁ ୪ ମାସ ପରେ ବିଭିନ୍ନ ସ୍ଥାନରେ ଖାଲଖମା ହୋଇଥିବା ଦେଖିବାକୁ ମିଳିଥିଲା। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଠିକାସଂସ୍ଥା ଦ୍ୱାରା ପୁଣି ମରାମତି ହୋଇଥିଲା। ତଥାପି ପିଚୁ ଉଠିଯାଇ ପୁଣି ଖାଲ ହୋଇଛି। ଏନେଇ ବିକ୍ରମତିରଣର ପୂର୍ବତନ ସମିତିସଭ୍ୟ ସର୍ବେଶ୍ୱର ସାମଲ ମୁଖ୍ୟଶାସନ ସଚିବ, ୫-ଟି ସଚିବ, ବିଭାଗୀୟ ମୁଖ୍ୟଯନ୍ତ୍ରୀ ଓ ଭିଜିଲାନ୍ସ ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ। ମୁଖ୍ୟଯନ୍ତ୍ରୀଙ୍କ ନିର୍ଦ୍ଦେଶରେ ଜାରକା ନିର୍ବାହୀ ଯନ୍ତ୍ରୀ ରାସ୍ତା ନିରୀକ୍ଷଣରେ ଆସି ନିମ୍ନମାନ କାମକୁ ଅସ୍ବୀକାର କରିଥିଲେ। ଗ୍ରାମବାସୀଙ୍କ ପକ୍ଷରୁ ପୁଣି ଅଭିଯୋଗ ପରେ ମୁଖ୍ୟଯନ୍ତ୍ରୀ ତଦନ୍ତରେ ଆସି ରାସ୍ତା ମରାମତି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ୧୮ା୩ା୨୦୨୦ରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଜାତୀୟ ରାଜପଥରୁ ଭରତପୁର ପିଏମ୍‌ଜିଏସ୍‌ୱାଇ ରାସ୍ତା ନିର୍ମାଣରେ ଅନିୟମିତତା ହୋଇଥିବା ନେଇ ନିର୍ବାହୀ ଯନ୍ତ୍ରୀଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏହାସହ ଚଣ୍ଡିଖୋଲ ଗ୍ରାମ୍ୟ ନିର୍ମାଣ ସବ୍‌ଡିଭିଜନର ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲେ। ହେଲେ ଏପର୍ଯ୍ୟନ୍ତ ଉପରୋକ୍ତ ରାସ୍ତା ଦ୍ୱୟର ଉନ୍ନତି ହୋଇନାହିଁ କିମ୍ବା ସଂପୃକ୍ତ ଯନ୍ତ୍ରୀ ଏବଂ ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri