ଜେଲରେ ଥିବା ସୁନୀଲଙ୍କ ନାମରେ ପୁଣି ମାମଲା: ଗ୍ରାନାଇଟ ଯୋଗାଇବା ନାଁ ରେ ଟଙ୍କା ଠକେଇ

ବ୍ରହ୍ମପୁର ଅଫିସ,୨୯।୫: ଗ୍ରାନାଇଟ ପଥର ଯୋଗାଇବାକୁ କହି ବାଲୁଗାଁ ଅଞ୍ଚଳର ଜଣେ ଠିକାଦାର ସୁନୀଲ କୁମାର ସ୍ବାଇଁ ଓରଫ ପିଙ୍କୁ ବିଶ୍ୱଜିତ ଦାସଙ୍କଠାରୁ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଠକେଇ ଅଭିଯୋଗ ହୋଇଛିି। ଏ ନେଇ ପୋଲିସ ସୁନୀଲଙ୍କ ନାଁରେ ମାମଲା ନଂ.୬/୨୨ ରୁଜୁ କରିଛି। ପ୍ରକାଶ ଯେ, ବାଲୁଗାଁ ଥାନା ଅନ୍ତର୍ଗତ ବରକୁଲ ସୁବୁଦ୍ଧି ପାଟଣା ଛକର ବିଶ୍ୱଜିତ ଜଣେ ଠିକାଦାର। ସେ ଗୋପାଳପୁର ପୋର୍ଟରେ ଗ୍ରାନାଇଟ ଲଗାଇବା ପାଇଁ କ୍ରିଷ୍ଟିଲ ଗ୍ରାନାଇଟ ଦୋକାନ ମାଲିକ ପିଙ୍କୁ ଓରଫ ସୁନୀଲଙ୍କୁ ଭେଟିଥିଲେ। ଗ୍ରାନାଇଟ ଯୋଗାଣ ପାଇଁ ପିଙ୍କୁ ବିଶ୍ୱଜିତଙ୍କଠାରୁ ପର୍ଯ୍ୟାୟକ୍ରମେ ୨୦ ଲକ୍ଷ ୩୫ ହଜାର ଟଙ୍କା ଅଗ୍ରିମ ନେଇଥିଲେ। ପରେ ସେ ଟଙ୍କା ଫେରସ୍ତ ବାବଦରେ ବିଭିନ୍ନ ଆଳ ଦେଖାଇ ଠକିଥିଲେ। ଶେଷରେ ବିଶ୍ୱଜିତ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଶାସ୍ତ୍ରୀନଗରରେ ରହୁଥିବା ସୁନୀଲଙ୍କ ବାସଭବନକୁ ଯାଇ ଟଙ୍କା ଫେରସ୍ତ କରିବାକୁ କହିଥିଲେ। ହେଲେ ସୁନୀଲ ଠିକାଦାରଙ୍କୁ ଟଙ୍କା ଫେରସ୍ତ କରିବା ପରିବର୍ତ୍ତେ ତାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ।
ଏନେଇ ପୋଲିସ କୋର୍ଟରେ ଶନିବାର ରିମାଣ୍ଡ ରିପୋର୍ଟ ଦାଖଲ କରିଛି। ସୁନୀଲଙ୍କ ନାଁରେ ଏଭଳି ଠକେଇ ମାମଲାରେ ୩ ଗୋଟି ଜାମିନବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ) ରହିଥିବା ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି ପୂର୍ବରୁ ଏକ ପ୍ରେସ୍‌ ନୋଟ୍‌ରେ ସୂଚନା ଦେଇଥିଲେ। ଦୀର୍ଘ ଏକ ମାସ ହେବ ଫେରାର ଥିବା ସୁନୀଲଙ୍କୁ ଅନ୍ୟ ଏକ ଜମି ଠକେଇ ମାମଲା ନଂ ୩/୨୨ ରେ ଗିରଫ କରି ସାଇବର ଥାନା ପୋଲିସ ଗତ ୨୦ ତାରିଖରେ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?