ଆଦିବାସୀଙ୍କ ନାମରେ ଟଙ୍କା ହଡ଼ପ

ନୀଳଗିରି,  ୧।୭ (ସ୍ବ.ପ୍ର.) ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଆଦିବାସୀଙ୍କ ନାମରେ ଜବକାର୍ଡ଼ ଖୋଲିବା ନାଁରେ ଲକ୍ଷାଧିକ ଟଙ୍କା ହଡପ କରାଯାଇଥିବା ଅଭିଯୋଗ ହୋଇଛି। ବରହମପୁର ପୋଲିସ ପକ୍ଷରୁ ତଦନ୍ତ କରାଯାଇ ଥାନାରେ ୩ଜଣଙ୍କୁ ଅଟକ ରଖାଯାଇ ଅଧିକ ତଦନ୍ତ ଜାରି ରହିଛି।
ପିଠାହତା ପଞ୍ଚାୟତ ସାନନୂଆଗାଁ ଅଞ୍ଚଳର ଉମାକାନ୍ତ ନାୟକ ଲୋକଙ୍କୁ କାଳିଆ ଯୋଜନା, ଏମ୍‌ଜିଏନଆରଇଜିଏସ୍‌, ମୋ ବଗିଚା ଯୋଜନା ଓ ଜବକାର୍ଡ଼ ଜରିଆରେ ସରକାରୀ ଟଙ୍କା କରାଇଦେବେ ବୋଲି କହି ୩୦ରୁ ଊଦ୍ଧର୍‌ବ ଲୋକଙ୍କ ଦସ୍ତଖତ, ଆଧାରକାର୍ଡ଼ ଓ କାଗଜପତ୍ର ନେଇଥିଲେ। ତାଙ୍କ ସହ ସେହି ଅଞ୍ଚଳର ପିଠାହତା ଗାଁର କମଳାକାନ୍ତ ମହାକୁଡ଼ ଏବଂ ଉକ୍ତ ଅଞ୍ଚଳର ତରତରୀଠାରେ ଥିବା କିଓସ୍କ ବ୍ୟାଙ୍କ କରିଥିବା ଉକ୍ତ ଗାଁର ବସନ୍ତ ବେହେରା ମଧ୍ୟ ସାମିଲ ଥିବା ଅଭିଯୋଗ ହୋଇଥିଲା। ସାନନୂଆଗାଁର ଅନ୍ୟ ଲୋକମାନେ ଏମ୍‌ଜିଏନଆରଇଜିଏସ୍‌ ଓ ଅନ୍ୟ ସରକାରୀ ଯୋଜନାରେ ଟଙ୍କା ପାଇଥିବା ବେଳେ ଉକ୍ତ ଗାଁର ୩୦ରୁ ଊଦ୍ଧର୍‌ବ ଲୋକ କୌଣସି ସରକାରୀ ସହାୟତା ପାଇ ନ ଥିଲେ। ଏଥିରେ ସେମାନଙ୍କର ସନ୍ଦେହ ହେବାରୁ ଅଞ୍ଚଳବାସୀ ସତ୍ୟାସତ୍ୟ ଜାଣିବା ପାଇଁ ନୀଳଗିରି ବ୍ଲକକୁ ଆସି ସେମାନଙ୍କ ଆକାଉଣ୍ଟରେ ଟଙ୍କା ଜମା କରାଯାଇଥିବା ଜାଣିବାକୁ ପାଇଥିଲେ। ଉପରୋକ୍ତ ୩ଜଣ ମିଶି ଲକ୍ଷ ଲକ୍ଷ ଲକ୍ଷ ଟଙ୍କା ହଡପ କରି ନେଇଥିବା ଜଣାପଡ଼ିଥିଲା। ଏନେଇ ଅଞ୍ଚଳବାସୀ ବରହମପୁର ଥାନାରେ ଦ୍ୱାରସ୍ଥ ହେବା ପରେ ଥାନା ଓଆଇସି ହେମନ୍ତ ମାଝି ଠକେଇ ମାମଲା ରୁଜୁ କରି ଏହି ଘଟଣାରେ ସମ୍ପୃକ୍ତ କମଳାକାନ୍ତ ମହାକୁଡ଼, ଉମାକାନ୍ତ ନାୟକ ଓ ବସନ୍ତ ବେହେରାଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri