ଅସ୍ଥିରତା ମଧ୍ୟରେ ଭଲ ପ୍ରଦର୍ଶନ କରୁଛି ଟଙ୍କା: ଶକ୍ତିକାନ୍ତ

ନୂଆଦିଲ୍ଲୀ,୭।୯: ଗତ କିଛି ମାସ ହେବ ସାରା ବିଶ୍ୱରେ ମାନ୍ଦାବସ୍ଥା ଜାରି ରହିଛି। ଏପରିକି ମୁଦ୍ରା ବିନିମୟ ବଜାରରେ ଘୋର ଅସ୍ଥିରତା ସତ୍ତ୍ବେ ମଧ୍ୟ ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରାର ପ୍ରଦର୍ଶନ ଭଲ ରହିଛି। ସେହିଭଳି ଅନ୍ୟ ଦେଶଗୁଡ଼ିକର ମୁଦ୍ରା ଦୁର୍ବଳ ପ୍ରଦର୍ଶନ କରୁଥିବା ବେଳେ ଭାରତୀୟ ଟଙ୍କାର ମୂଲ୍ୟରେ ସୁଧାର ସାଙ୍ଗକୁ ପୂର୍ବ ସ୍ଥିତିର କାରବାର ବଜାୟ ରଖିପାରିଛି। ସେହିପରି ମୁଦ୍ରାବଜାରରେ ଲାଗି ରହିଥିବା ଅସ୍ଥିରତାକୁ ରୋକିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ମଧ୍ୟ ଆବଶ୍ୟକ ପଦକ୍ଷେପ ସାଙ୍ଗକୁ କାରବାର ସମୟରେ ହସ୍ତକ୍ଷେପ କରୁଛନ୍ତି। ଫଳରେ ଦେଶରେ ଥିବା ୫୬,୧୦୦ କୋଟି ଡଲାରର ଗଚ୍ଛିତ ବୈଦେଶିକ ମୁଦ୍ରାଭଣ୍ଡାର ଦୈନିକ ହ୍ରାସର ମୁକାବିଲା କରିବାରେ ସହାୟକ ହେଉଛି ବୋଲି ଆର୍‌ବିଆଇର ଗଭର୍ନର ଶକ୍ତିକାନ୍ତ ଦାସ ଏଭଳି ମତବ୍ୟକ୍ତ କରିଛନ୍ତି। ନିକଟରେ ଜାତୀୟସ୍ତରର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଦାସ କହିଛନ୍ତି,ବିଶ୍ବର ବହୁ ଦେଶ ମାନ୍ଦାବସ୍ଥା କିମ୍ବା ଅଭିବୃଦ୍ଧିରେ ହ୍ରାସ ଭଳି ସ୍ଥିତିର ମୁକାବିଲା କରୁଥିବା ବେଳେ ଭାରତ ଦ୍ରୁତଗତିରେ ଆଗକୁ ବଢୁଛି। ଆସନ୍ତା ଆର୍ଥିକ ବର୍ଷ ଶେଷ ସୁଦ୍ଧା ମୁଦ୍ରାସ୍ଫୀତି ହାର ନିୟନ୍ତ୍ରଣ ମଧ୍ୟକୁ ଆସିବ ବୋଲି ସେ ଆଶା ପ୍ରକଟ କରିଛନ୍ତି। ସୋଭରେନ୍‌ ଗ୍ରୀନ୍‌ ବଣ୍ଡ୍‌ ଜାରି କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ ଓ ସରକାର ମିଳିତ ଭାବେ କାମ କରୁଛନ୍ତି ବୋଲି ସେ କହିଛନ୍ତି। ଅପରପକ୍ଷରେ ଆମେରିକାର ଫେଡେରାଲ ରିଜର୍ଭ ଅଧ୍ୟକ୍ଷ ଜେରୋମି ପାୱେଲ ଜ୍ୟାକ୍‌ସନ୍‌ ହୋଲ୍‌ ସିମ୍ପୋଜିୟମ୍‌-୨୦୨୨କୁ ସମ୍ବୋଧିତ କରିବା ପରେ ଷ୍ଟକ୍‌ ବଜାର କାରବାର ଅସ୍ଥିର ଓ ଅନିଶ୍ଚିତ ରହିଛି। ଆଜି ଡଲାର ତୁଳନାରେ ଟଙ୍କାର ମୂଲ୍ୟ ଦୁର୍ବଳ ହୋଇ ୭୯.୮୦ ଟଙ୍କା ହୋଇଯାଇଥିଲା। ଏଭଳି ସ୍ଥିତିରେ ଆର୍‌ବିଆଇର ହସ୍ତକ୍ଷେପ ପରେ ସେଥିରେ ମଧ୍ୟ ସୁଧାର ଘଟିଥିଲା। ପରିଶେଷରେ ବଜାର ବନ୍ଦ ହେବା ବେଳକୁ ଟଙ୍କାର ମୂଲ୍ୟ ୭୯. ୮୪ ଟଙ୍କାରେ ରହିଥିଲା। ଭାରତୀୟ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାକୁ ବେଶ୍‌ ଦୃଢ ଭାବେ ବର୍ଣ୍ଣନା କରି ଶକ୍ତିକାନ୍ତ କହିଛନ୍ତି , ଦେଶ ବାହାରେ ଘଟୁଥିବା ଘଟଣାଗୁଡ଼ିକର ପ୍ରଭାବ ମୁକାବିଲା କରିବା ଲାଗି ବ୍ୟାଙ୍କଗୁଡ଼ିକ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri