ମିଶନ ଶକ୍ତି ଅଫିସରୁ ଟଙ୍କା ଜବତ, ଜଣେ ମହିଳା ଅଟକ

ବାଲେଶ୍ୱର, ୧।୬(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାର୍ଯ୍ୟାଳୟରେ ସଭାପତି ଓ ଉପସଭାପତି ଶୁକ୍ରବାର ସନ୍ଧ୍ୟାରେ ଟଙ୍କା ବାଣ୍ଟୁଥିବା ବେଳେ ଧରାପଡ଼ିଛନ୍ତି। ସ୍ଥାନୀୟ ଲୋକେ ଖବରପାଇ ସେଠାରେ ପହଞ୍ଚିଥିଲେ। ସେମାନଙ୍କୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ତାଙ୍କଠାରୁ ପ୍ୟାକେଟ୍‌ଗୁଡ଼ିକରେ ଭର୍ତ୍ତି ହୋଇଥିବା ପ୍ରାୟ ଲକ୍ଷାଧିକ ଟଙ୍କା ଜବତ କରିଛି। ଏଥିସହିତ ଜଣେ ମିଶନ ଶକ୍ତି ପଦାଧିକାରୀ ମହିଳାଙ୍କୁ ପୋଲିସ ଅଟକ ରଖି ତଦନ୍ତ କରୁଛି।
ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥତ୍ନୀଙ୍କୁ ଭୋଟ୍‌ ଦେବା ପାଇଁ ମିଶନ ଶକ୍ତିର ପଦାଧିକାରୀମାନେ ଶୁକ୍ରବାର ଅପରାହ୍ନରେ ବିଭିନ୍ନ ଏସ୍‌ଏଚ୍‌ଜି ସଦସ୍ୟାଙ୍କୁ ଡାକି ପ୍ୟାକେଟ୍‌ରେ ଭରି ପ୍ରାୟ ୫ରୁ ୬ହଜାର ଟଙ୍କା ଦେଉଥିଲେ ବୋଲି ଅଭିଯୋଗ ହୋଇଛି। କିଛି ମହିଳା ଟଙ୍କା ନେଇ ଗଲାପରେ ସ୍ଥାନୀୟ ଲୋକମାନେ ଏକଥା ଜାଣିପାରିଥିଲେ। ସନ୍ଧ୍ୟା ପ୍ରାୟ ୬ଟାରେ ଲୋକମାନେ ଏକଜୁଟ୍‌ ହୋଇ ବ୍ଲକ ଭିତରେ ପଶି ମିଶନ ଶକ୍ତି କାର୍ଯ୍ୟାଳୟକୁ ଘେରାଉ କରିଥିଲେ। ଘଟଣାସ୍ଥଳରେ ଟଙ୍କା ବାଣ୍ଟୁଥିବା ୨ ଜଣ ମିଶନ ଶକ୍ତିର ମହିଳା ପଦାଧିକାରୀଙ୍କ ମଧ୍ୟରୁ ଜଣେ ଖସିଯାଇଥିବା ବେଳେ ଅନ୍ୟଜଣଙ୍କୁ ଅଟକ ରଖିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଟଙ୍କା ପ୍ୟାକେଟ୍‌ଗୁଡ଼ିକୁ ଜବତ କରିବା ସହ ମହିଳାଙ୍କୁ ଥାନାକୁ ନେଇ ଅଟକ ରଖି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ ଖବରର ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri