ବ୍ୟାଙ୍କ ମ୍ୟାନେଜର ପରିଚୟ ଦେଇ ନେଇଗଲେ ଟଙ୍କା

ହିଞ୍ଜିଳିକାଟୁ,୨୧।୮(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ଏସ୍‌ବିଆଇ ଶାଖା ପରିଚାଳକ ବୋଲି ନିଜକୁ ପରିଚୟ ଦେଇ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଠାରୁ ୨୨ ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ଜଣଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ ହେଲେ ବ୍ରହ୍ମପୁର ନିମଖଣ୍ଡି ଥାନା ଶକ୍ତି ନଗର ଅଞ୍ଚଳର ସନ୍ତୋଷ ବେହେରା (୫୦) । ତାଙ୍କଠାରୁ ବାଇକ୍‌ (ଓଡି ୦୭ କ୍ୟୁ ୧୪୧୯) ଓ ୨୦,୫୦୦ ଟଙ୍କା ଜବତ ହୋଇଛି। ପୂର୍ବରୁ ଥାନାରେ ରୁଜୁ ହୋଇଥିବା ମାମଲା ନଂ. ୪୫୭/୨୫ ରେ ସନ୍ତୋଷଙ୍କୁ କୋର୍ଟ ଚାଲାଣ କରାଯାଇଛି।

ପ୍ରକାଶ ଯେ, ହିଞ୍ଜିଳି ଥାନା ଚାନ୍ଦୁଲି ଗ୍ରାମର ଅବସରପ୍ରାପ୍ତ ସେନା କର୍ମଚାରୀ ସାଇବ ସାହୁ ଗତ ଜୁନ ୬ ତାରିଖରେ ପେନସନ ଟଙ୍କା ଉଠାଇବା ପାଇଁ ହିଞ୍ଜିଳିକାଟୁ ଏସବିଆଇ ଶାଖାକୁ ଆସିଥିଲେ। ଟଙ୍କା ଉଠାଇ ଘରକୁ ଫେରୁଥିବା ବେଳେ ବିଜୁ ପଟ୍ଟନାୟକ ଛକରେ ସନ୍ତୋଷ ନିଜକୁ ଏସବିଆଇ ଶାଖା ପରିଚାଳକ ପରିଚୟ ଦେଇ ପେନସନ ବାବଦକୁ ମାସିକ ୩୦ ହଜାର ଟଙ୍କା ପାଇବେ ବୋଲି କହିଥିଲେ। ତାଙ୍କ କହିବା ଅନୁସାରେ ସାଇବ ପୁଣି ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଆସିଥିଲେ। ବ୍ୟାଙ୍କ ଠାରୁ କିଛି ଦୁରରେ ଅପେକ୍ଷା କରିବାକୁ କହି ସନ୍ତୋଷ ତାଙ୍କଠାରୁ କୌଶଳ କ୍ରମେ ୨୨ ହଜାର ଟଙ୍କା ନେଇ ଫେରାର ହୋଇଯାଇଥିଲେ। ସାଇବ ଠକେଇର ଶିକାର ହୋଇଥିବା ଜାଣି ସେହିଦିନ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଗୁରୁବାର ସନ୍ତୋଷ ସୋମପୁର ଗ୍ରାମରେ ଥିବା ପୋଲିସ ଖବର ପାଇ ତାଙ୍କୁ କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri