ଏକସଙ୍ଗେ ମିଳୁ ଧାନ ବିକ୍ରି ଟଙ୍କା

ବଇଣ୍ଡା,୧୧।୨(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡାଠାରେ ଥିବା ଅନୁଗୋଳ ସଂଯୁକ୍ତ ସମବାୟ ବ୍ୟାଙ୍କ ବଇଣ୍ଡା ଶାଖା ପକ୍ଷରୁ ଚାଷୀଙ୍କୁ ଧାନ ବିକ୍ରି ଟଙ୍କା ଠିକ୍‌ ଭାବେ ଯୋଗାଇ ଦିଆଯାଉନାହିଁ। ଫଳରେ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଧାନ ବିକ୍ରି ବାବଦ ସମସ୍ତ ଟଙ୍କା ଏକସଙ୍ଗେ ପ୍ରଦାନ କରିବା ପାଇଁ ନୁନୁକାପଶି, ଗାଁ ବଇଣ୍ଡା ଅଞ୍ଚଳର ଚାଷୀମାନେ ଗୁରୁବାର ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।
ଚାଷୀମାନେ ଦର୍ଶାଇଛନ୍ତି, ଲୁହାମୁଣ୍ଡା, ହଣ୍ଡପା, ଧଉରାପାଲି, ଉରୁକୁଳା, ରଣିଆକଟା, ଅଙ୍ଗପଡା, ବାମୁର, ରଣିଆକଟା ଆଦି ୮ଟି ସେବା ସମବାୟ ସମିତିରେ ଧାନ ବିକ୍ରି କରିଥିବା ଚାଷୀମାନଙ୍କ ଟଙ୍କା ଏହି ବ୍ୟାଙ୍କରେ ଥିବା ସେମାନଙ୍କ ଆକାଉଣ୍ଟରେ ଡିପୋଜିଟ ହୋଇଛି। କିନ୍ତୁ ଟଙ୍କା ଉଠାଣରେ ବ୍ୟାପକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ବ୍ୟାଙ୍କ କର୍ତ୍ତୃପକ୍ଷ ଠିକ ଭାବେ ଟଙ୍କା ଯୋଗାଇ ଦେଉ ନ ଥିବାବେଳେ ଦିନକୁ ମାତ୍ର ୧୦ ହଜାର ଟଙ୍କା ଉଠାଣ ପାଇଁ ଅନୁମତି ଦିଆଯାଉଥିବା ଚାଷୀମାନେ କହିଛନ୍ତି। ଅନେକ ଚାଷୀ ୩୦ କିଲୋମିଟର ଦୂରରୁ ଟଙ୍କା ଉଠାଣ ପାଇଁ ବସ୍‌ ଯୋଗେ ବ୍ୟାଙ୍କକୁ ଆସୁଥିବାବେଳେ ଅଳ୍ପ ଟଙ୍କା ଧରି ନିରାଶରେ ଫେରୁଛନ୍ତି। ଏପରି କି ପୁଅ ଓ ଝିଅ ବିବାହ ଥିଲେ ମଧ୍ୟ ଚାଷୀମାନଙ୍କୁ ଧାନ ବାବଦ ସବୁ ଟଙ୍କା ମିଳିପାରୁ ନାହିଁ। ତୁରନ୍ତ ଚାଷୀଙ୍କ ଧାନ ବିକ୍ରି ଟଙ୍କା ଏକାବେଳେ ଯୋଗାଇ ଦେବା ପାଇଁ ଚାଷୀ ଲିଙ୍ଗରାଜ ବିଶ୍ୱାଳ, ଅରବିନ୍ଦ ସାହୁ, କନ୍ଦର୍ପ ପ୍ରଧାନ, ନେଙ୍କୁରୀ ସାହୁ, ପୂର୍ଣ୍ଣଚନ୍ଦ୍ର ବେହେରା, ସଞ୍ଜୀବ ପ୍ରଧାନ ପ୍ରମୁଖ ଦାବି କରିଛନ୍ତି। ଏ ନେଇ ବଇଣ୍ଡା ଅନୁଗୋଳ ସଂଯୁକ୍ତ ସମବାୟ ବ୍ୟାଙ୍କ ଭାରପ୍ରାପ୍ତ ଶାଖା ପରିଚାଳକ ପ୍ରଶାନ୍ତ କୁମାର ସିଂ ସାମନ୍ତ କହିଛନ୍ତି, କିଛି ମାସ ତଳେ ଏହି ଶାଖାରୁ ଚୋରି ହୋଇଥିବା ଯୋଗୁ ଅଧିକ ପରିମାଣର ଟଙ୍କା ରହୁନାହିଁ। ମୁଖ୍ୟ ଶାଖାରୁ ପ୍ରତ୍ୟେକ ଦିନ ଆସୁଥିବା ଟଙ୍କା ଚାଷୀମାନଙ୍କୁ ବାଣ୍ଟି ଦିଆଯାଉଛି। ୧୫ ଦିନ ମଧ୍ୟରେ ସମସ୍ୟା ସମାଧାନ ହୋଇଯିବ ବୋଲି ଶାଖା ପରିଚାଳକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri