ମୋ ସ୍କୁଲ ଯୋଜନାରେ ଟଙ୍କା ଆତ୍ମସାତ: ପ୍ରଧାନଶିକ୍ଷକ ନିଲମ୍ବିତ

ହରଭଙ୍ଗା,୨୫।୨(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଚାରିଛକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋ ସ୍କୁଲ ଯୋଜନାରେ ହୋଇଥିବା କେଳେଙ୍କାରୀ ମାମଲାରେ ସମ୍ପୃକ୍ତ ପ୍ରଧାନ ଶିକ୍ଷକ ନିର୍ମଳ ରଣାଙ୍କୁ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଚାକିରିରୁ ନିଲମ୍ବନ କରିଛନ୍ତି। ଏହାସହିତ ନିଲମ୍ବନ ସମୟରେ ବାମଣ୍ଡା ୟୁଜିଏଚ୍‌ଏସ୍‌କୁ ତାଙ୍କର ହେଡ୍‌କ୍ୱାର୍ଟର ଫିକ୍ସ କରାଯାଇଛି ଏବଂ ବିନା ଅନୁମତିରେ ମୁଖ୍ୟାଳୟ ନ ଛାଡ଼ିବାକୁ ପତ୍ରରେ ଦର୍ଶାଯାଇଛି।

ସୂଚନାଯୋଗ୍ୟ, ହରଭଙ୍ଗା ବ୍ଲକ୍‌ ଅନ୍ତର୍ଗତ ଚାରିଛକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରଣା ମୋ ସ୍କୁଲ ଯୋଜନାରେ ବ୍ୟାଙ୍କ ସ୍ଲିପକୁ ଚଞ୍ଚକତା କରି ଲକ୍ଷାଧିକ ଟଙ୍କା ଆତ୍ମସାତ କରିଥିବା ଧରାପଡିଥିଲା। ଏହି ସମ୍ପର୍କରେ ଗଣମାଧ୍ୟମରେ ଖବର ପ୍ରସାରଣ ପରେ ଗତ ୧୨ ତାରିଖରେ ହରଭଙ୍ଗା ଏବିଇଓ ଜ୍ୟୋତ୍ସ୍ନାରାଣୀ ମହାପାତ୍ର ଏବଂ ସରସରା ସିଆରସିସି ଶ୍ରୀବନ୍ତ ନାଏକ ପ୍ରମୁଖ ଉକ୍ତ ସ୍କୁଲରେ ପହଞ୍ଚି ସମ୍ପୃକ୍ତ ପ୍ରଧାନଶିକ୍ଷକଙ୍କୁ ପଚରାଉଚରା କରିବା ସହିତ କାଗଜପତ୍ର ଯାଞ୍ଚ କରିଥିଲେ।

ପୁନର୍ବାର ବୌଦ୍ଧ ସହକାରୀ ଜିଲା ଶିକ୍ଷାଧିକାରୀ ଘନଶ୍ୟାମ ମେହେର ଏବଂ ହରଭଙ୍ଗା ବିଇଓ ଅଜୟ କୁମାର ଲୁହାଙ୍କ ପକ୍ଷରୁ ମିଳିତ ତଦନ୍ତ କରାଯାଇଥିଲା। ତଦନ୍ତ ପରେ ୫ହଜାର ଟଙ୍କା ବ୍ୟାଙ୍କ ସ୍ଲିପ୍‌କୁ ଚଞ୍ଚକତା ସ୍ପଷ୍ଟ ହେବା ସହିତ ସମ୍ପୃକ୍ତ ପ୍ରଧାନ ଶିକ୍ଷକ ନିଜ ଭୁଲ ସ୍ବୀକାର କରିଥିଲେ। ଏହି ସମ୍ପର୍କିତ ତଦନ୍ତ ରିପୋର୍ଟ ବୌଦ୍ଧ ଜିଲା ଶିକ୍ଷାଧିକାରୀଙ୍କୁ ଦାଖଲ ପରେ ଜିଲା ଶିକ୍ଷା ଅଧିକାରୀ ପ୍ରଧାନଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଇଓଙ୍କୁ ନିଦ୍ଦେର୍ର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ବଞ୍ଚାଇବା ପାଇଁ ହଠାତ୍‌ ଟ୍ରେନ୍‌ ଅଟକାଇଲେ ଲୋକ ପାଇଲଟ: ଆଉ ତା’ପରେ ଘଟିଲା..

ନୂଆଦିଲ୍ଲୀ,୩୧।୭:ମାନବିକତା ଏବଂ ବୁଦ୍ଧିର ଉପସ୍ଥିତିକୁ ପ୍ରତିପାଦିତ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ ଲୋକୋ ପାଇଲଟ କେବଳ ଏକ ପ୍ରାଣୀର ଜୀବନ…

ଲକ୍ଷ ଟଙ୍କାର ଚାକିରି ଛାଡ଼ି ଗାଁରେ ଉଠାଇଲେ ଗୋବର, ଆଜି ୮୦୦ କୋଟିର ସାମ୍ରାଜ୍ୟର ମାଲିକ ୨ ଭାଇ! ସଂଘର୍ଷର କାହାଣୀ ଶୁଣିଲେ…

ନୂଆଦିଲ୍ଲୀ, ୩୧।୭: ଆମ ଦେଶରେ ପ୍ରାୟତଃ ଏକ କଥା ବହୁତ ସହଜରେ କୁହାଯାଏ ଯେ ଚାଷବାସ ହେଉଛି ଏକ କ୍ଷତିର ସୌଦା। ଗାଁର ଯୁବକ ହେଉନ୍ତୁ କିମ୍ବା…

ବନ୍ୟା ସ୍ଥିତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, କହିଲେ ଏହି ଜିଲାକୁ…

ଭୁବନେଶ୍ୱର,୩୧ା୭: ଓଡ଼ିଶାରେ ଲାଗି ରହିଥିବା ବର୍ଷା ଓ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ନେଇ ଲୋକ ସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ…

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଡବଲ ଉପହାର! ୨୦% ଅତିରିକ୍ତ DA ସହ ଆଗୁଆ ମିଳିବ ଦରମା

ନୂଆଦିଲ୍ଲୀ, ୩୧।୭: ପଶ୍ଚିମବଙ୍ଗ ସରକାରଙ୍କ କର୍ମଚାରୀମାନଙ୍କ ପାଇଁ ଏକ ବଡ଼ ଖୁସିଖବର। ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଦୁର୍ଗାପୂଜା ପୂର୍ବରୁ କର୍ମଚାରୀମାନଙ୍କୁ ଅକ୍ଟୋବର ମାସରୁ ୨୦…

ପାକିସ୍ତାନରେ ନୂଆ ‘କକ୍ରୋଚ ପାର୍ଟି’ର ଏଣ୍ଟ୍ରି: ମୁନିର-ଶେହବାଜଙ୍କ ଚିନ୍ତା ବଢ଼ାଇବା ଲୋକ କିଏ? ଜାଣନ୍ତୁ…

ଇସଲାମାବାଦ,୩୧।୭: ଭାରତରେ ଯେପରି ‘କକ୍ରୋଚ ଜନତା ପାର୍ଟି’ (CJP) ରହିଛି, ସେହି ଢାଞ୍ଚାରେ ବର୍ତ୍ତମାନ ପାକିସ୍ତାନରେ ଏକ ନୂତନ ଅନଲାଇନ ରାଜନୈତିକ ଗୋଷ୍ଠୀ ଦ୍ରୁତ ଗତିରେ ଚର୍ଚ୍ଚାରେ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri