ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର

ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର ସାହି ସୁମନ ମହାକୁଳ ସକାଳୁ ଘର ଛାତ ଉପରକୁ ଯାଇଥିବା ସମୟରେ ୧୦/୧୨ମାଙ୍କଡ଼ଙ୍କ ଏକ ଦଳ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ l ଫଳରେ ସୁମନ ଘର ଛାତ ଉପରୁ ତଳକୁ ଖସି ପଡିବାରୁ ମୁଣ୍ଡ ଓ ଅଣ୍ଟାରେ ଗଭୀର ଆଘାତ ଯୋଗୁ ଗୁରୁତର ଆହତ ହୋଇଥିଲେ । ପରିବାର ଲୋକେ ସାହି ପଡିଶାଙ୍କ ସହାୟତାରେ ସଜ୍ଞାହୀନ ଅବସ୍ଥାରେ ତାଙ୍କୁ ପ୍ରଥମେ ଅର୍ବାନ ପିଏଚସିକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ l ଅଧିକ ଚିକିତ୍ସା ପାଇଁ ସେଠାରୁ ଡାକ୍ତର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ସେଠାରେ ସୁମନ ଏବେ ମଧ୍ୟ ଚିକିତ୍ସାଧୀନ ରହିଥିବା ଜଣାପଡିଛି । ତେବେ ସକାଳୁ ଅର୍ବାନ ପିଏଚସିରେ ଗୁରୁତର ସୁମନଙ୍କୁ ଭର୍ତ୍ତି ବେଳେ ଆମ୍ବୁଲାନ୍ସ, ଷ୍ଟ୍ରେଚର ଭଳି ଜରୁରୀକାଳୀନ ସହାୟତା ନ ମିଳିବାରୁ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା l ସୂଚନା ପାଇ ମେଡିକାଲ ସୁପରିଟେଣ୍ଡେଣ୍ଟ ଡାକ୍ତର ମନୋରଞ୍ଜନ ସାମଲ ସେଠାକୁ ଯାଇ ଉତ୍ତ୍ୟକ୍ତ ଲୋକଙ୍କୁ ବୂଝାସୁଝା ପରେ ପରିସ୍ଥିତି ଶାନ୍ତ ହୋଇଥିଲା ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?