ନୂଆ ରୂପରେ ଶୋଭାପାଇବ ମାଙ୍କଡ଼ ଏନ୍‌କ୍ଲୋଜର

ବାରଙ୍ଗ, ୨୬।୨(ଡି.ଏନ୍‌.ଏ.): ନନ୍ଦନକାନନ କର୍ତ୍ତୃପକ୍ଷ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରତିବର୍ଷ ନୂଆ ନୂଆ ଭେଟି ଦେଇଥାନ୍ତି । ଏଥର ମାଙ୍କଡ଼ ଏନ୍‌କ୍ଲୋଜରର ନବୀକରଣ କରି ଭେଟିଦେବାକୁ ଯାଉଛନ୍ତି। ନୂଆ ରୂପରେ ଶୋଭାପାଇବ ମାଙ୍କଡ଼ ଏନ୍‌କ୍ଲୋଜର। ଏଥିପାଇଁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି। ଦେଢ଼କୋଟି ଟଙ୍କା ବ୍ୟୟ ବରାଦରେ ଏହାକୁ ନିର୍ମାଣ କରାଯିବା ପାଇଁ ଟେଣ୍ଡର ପ୍ରକ୍ରିୟା ସରିଥିବାରୁ ଶୁକ୍ରବାରଠାରୁ ଏହି ଏନ୍‌କ୍ଲୋଜରକୁ ଭାଙ୍ଗିବା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ଫଳରେ ଏହି ଏନ୍‌କ୍ଲୋଜରରେ ରହୁଥିବା ମାଙ୍କଡ଼ ପ୍ରଜାତିର ଜୀବଜନ୍ତୁଙ୍କୁ ଦେଖିବାରୁ ପର୍ଯ୍ୟଟକମାନେ କିଛିଦିନ ବଞ୍ଚତ୍ତ ହେବେ। ସେଲ୍‌ ନଂ. ୭ ଓ ୮ରେ ବବୁନ ମାଙ୍କଡ଼ ଜଗା ଓ ସାବି ରହୁଥିଲେ। ସେଲ୍‌ ନଂ.୧୦ରେ ୬ଟି ବନେଟ ମାଙ୍କଡ଼, ସେଲ ନଂ.୧୭ବିରେ ୨ଟି ବନେଟ ମାଙ୍କଡ଼, ସେଲ୍‌ ନଂ.୧୪ରେ ୩ଟି ଓ ସେଲ ନଂ. ୧୭ରେ ୫ଟି ଅସାମାଜିକ ମାଙ୍କଡ଼ ରହୁଥିଲେ। ଏହି ୬ଟି ଏନ୍‌କ୍ଲୋଜରର ନବୀକରଣ ପାଇଁ ଏହାକୁ ଭଙ୍ଗାଯାଉଥିବାରୁ ଏଥିରେ ରହିଥିବା ୧୮ଟି ଜୀବଜନ୍ତୁଙ୍କୁ କ୍ୱାରାଣ୍ଟାଇନକୁ ସ୍ଥାନାନ୍ତର କରାଯାଇଥିବାରୁ ପର୍ଯ୍ୟଟକଙ୍କ ଆଢୁଆଳରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri