Posted inଜାତୀୟ

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି ଯାଇଥିଲା। ଦୋକାନ ଭିତରକୁ ଯିବା ପରେ ମାଙ୍କଡ ଏମିତି କାଣ୍ଡ କରିଥିଲା ଯେ, ସେଠାରେ ଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ।

ମାଙ୍କଡଟି ଦୋକାନରେ ରଖାଯାଇଥିବା ଏକ ମଦ ବୋତଲରୁ ମଦ ପିଇଥିବା ଜଣାପଡ଼ିଛି । ଏହାପରେ ସେ ଦୋକାନ ଭିତରେ ହିଁ ଶୋଇପଡ଼ିଥିଲା। ଘଟଣାଟି ଚାରିଆଡ଼େ ପ୍ରଚାର ହେବା ପରେ ମାଙ୍କଡକୁ ଦେଖିବା ପାଇଁ ମଦ ଦୋକାନ ନିକଟରେ ଲୋକଙ୍କ ଭିଡ଼ ଜମିଥିଲା। ମାଙ୍କଡ ପ୍ରଥମେ ଦୋକାନ ଭିତରକୁ ପଶିବା ପରେ ଲୋକେ ତାକୁ ବାହାର କରିବାକୁ ଚେଷ୍ଟା କରିଥିଲେ। ତାକୁ ଘଉଡ଼ାଇବାକୁ ଯାଇ ଦୋକାନୀଙ୍କୁ ମାଙଅକଡ କାମୁଡ଼ି ଦେଇଥିବା କୁହାଯାଇଛି । ଏହାପରେ ଦୋକାନୀ ବାହାରକୁ ଚାଲିଆସିଥିଲେ।

ଏହି ସମୟରେ ମାଙ୍କଡ ଦୋକାନରେ ରଖାଯାଇଥିବା ଏକ ମଦ ବୋତଲରୁ ପିଇଥିବା ଏବଂ ପରେ ଦୋକାନ ଭିତରେ ଶୋଇପଡ଼ିଥିବା ଜଣାପଡ଼ିଛି। ଘଟଣାର ଖବର ପ୍ରଚାର ହେବା ପରେ ସ୍ଥାନୀୟ ଲୋକେ ଏହି ଦୃଶ୍ୟ ଦେଖିବାକୁ ଏକାଠି ହୋଇଥିଲେ । ମାଙ୍କଡ ଦୋକାନ ଭିତରେ ଶୋଇପଡ଼ିବା ପରେ ଘଟଣା ସମ୍ପର୍କରେ ରେସ୍କ୍ୟୁ ଟିମ୍‌କୁ ସୂଚନା ଦିଆଯାଇଥିଲା। ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମାଙ୍କଡକୁ କୌଣସି କ୍ଷତି ନକରି ସୁରକ୍ଷିତ ଭାବେ ବାହାରକୁ ନେବାକୁ ଉଦ୍ୟମ କରିଥିଲା। ମଦ ଦୋକାନ ଭିତରେ ପଶି ମଦ ପିଇବା ପରେ ମାଙ୍କଡ ଶୋଇପଡ଼ିବାର ଏହି ଅଜବ ଘଟଣା ଏବେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଘଟଣାର ଫଟୋ ଓ ଭିଡିଓ ମଧ୍ୟ ଲୋକଙ୍କ ମଧ୍ୟରେ କୌତୂହଳ ସୃଷ୍ଟି କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?