ଚଳନ୍ତା ଅଟୋ ଆଗକୁ ଡେଇଁ ପଡ଼ିଲା ମାଙ୍କଡ: ଆଉ ତା’ପରେ…

ଧରାକୋଟ,୧୮ା୧ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ତାଳପାଟଣା ନିକଟରେ ଚଳନ୍ତା ଅଟୋ ଆଗକୁ ଏକ ମାଙ୍କଡ ଡେଇଁ ପଡିବାରୁ ଭାରସାମ୍ୟ ହରାଇ ଅଟୋ ଓଲଟି ପଡିଛି। ଫଳରେ ଘଟଣାସ୍ଥଳରେ ଅଟୋ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୋରଡ଼ାର ଋତୁ କାର୍ଜି (୨୦)।

ଋତୁ ଚେନ୍ନାଇରୁ ଆସୁଥିବା ନିଜ ଭାଇ ଭାଉଜଙ୍କୁ ଅଟୋ (ନଂ.ଓଡି ୦୭ ବିସି-୩୨୪୭)ରେ ଧରି ଆସିକା କାଳଷଣ୍ଢପୁରଠାରୁ ସୋରଡ଼ା ଯାଉଥିଲେ। ଧରାକୋଟ ତାଳପାଟଣାଠାରେ ତାଙ୍କ ଅଟୋ ଆଗକୁ ଏକ ମାଙ୍କଡ ଡେଇଁ ପଡିଥିଲା। ଫଳରେ ଋତୁ ଅଟୋକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଭାରସାମ୍ୟ ହରାଇ ଅଟୋଟି ଓଲଟି ପଡ଼ିଥିଲା। ଗୁରୁତର ଅବସ୍ଥାରେ ଋତୁଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା l ସେଠାରେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ଖବରପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri