ମଙ୍କି ପକ୍ସ: ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବିଶ୍ୱର ବିଭିନ୍ନ ଦେଶରେ ମଙ୍କି ପକ୍ସ ଭାଇରସ୍‌ ଆତଙ୍କ ଖେଳାଇଥିବାବେଳେ ଭାରତରେ ବର୍ତ୍ତମାନ ସୁଦ୍ଧା ସେଭଳି କୌଣସି ଘଟଣା ଦେଖାଯାଇନାହିଁ। ତେବେ ଏ ଦିଗରେ ସଚେତନ ରହିବା ସହ ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି କରିବାକୁ ରବିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ୱାର୍ଲଡ ହେଲ୍‌ଥ ଅର୍ଗାନାଇଜେଶନ ଓ ଆଇସିଏମ୍‌ଆର୍‌ ମାର୍ଗଦର୍ଶିକା ଓ ପ୍ରୋଟୋକଲ ଅନୁଯାୟୀ ପ୍ରସ୍ତୁତ ରହିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଭାଇରସ୍‌ର ସଂକ୍ରମଣ ରୋକିବା ପାଇଁ ସ୍ବାସ୍ଥ୍ୟ ବିଭାଗ ଅନ୍ୟ ସମସ୍ତ ସମ୍ପୃକ୍ତ ବିଭାଗ ସହ ସମନ୍ବୟ ରକ୍ଷା କରି ଆଗୁଆ ସତର୍କ ସୂଚନା ଜାରି କରିବ। ଏଥିସହିତ ଆଇସିଏମ୍‌ଆର୍‌ର ଅନୁଧ୍ୟାନ ଅନୁଯାୟୀ ମଙ୍କି ପକ୍ସ ଆକ୍ରାନ୍ତ ଦେଶରୁ ଆସିଥିବା ବ୍ୟକ୍ତିଙ୍କଠାରେ ଏହି ଭାଇରସ୍‌ର ଲକ୍ଷଣ ଦେଖାଗଲେ ସେମାନଙ୍କୁ ଠିକ୍‌ ଭାବେ ପରୀକ୍ଷାନିରୀକ୍ଷା ମାଧ୍ୟମରେ ଚିହ୍ନଟ କରି ଆବଶ୍ୟକ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯିବ। ଯଦି କୌଣସି ସନ୍ଦିଗ୍ଧ ବ୍ୟକ୍ତିଙ୍କଠାରେ ଏଭଳି କୌଣସି ଅସ୍ବାଭାବିକ ଲକ୍ଷଣ ପ୍ରକାଶ ପାଏ, ତେବେ ତୁରନ୍ତ ନମୁନା ସଂଗ୍ରହ କରି ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜିକୁ ପଠାଇ ସମସ୍ତ ପ୍ରକାର ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରାଯିବ। ବିଭାଗୀୟ ନିର୍ଦ୍ଦେଶକ ଓ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କୁ ନେଇ ଖୁବ୍‌ଶୀଘ୍ର ଏକ ବୈଠକ ଆୟୋଜନ କରାଯିବ। ଏଥିସହ ସଙ୍ଗରୋଧ, କଣ୍ଟାକ୍ଟ ଟ୍ରେସିଂ, ମନିଟରିଂ ଓ ପ୍ରତିଷେଧାତ୍ମକ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା କରିବା ସହିତ ନୀତିଗତ ନିଷ୍ପତ୍ତି ଗ୍ରହଣ କରାଯାଇ ସମସ୍ତ ସ୍ତରରେ ତୁରନ୍ତ ଲାଗୁ କରାଯିବା ନିମନ୍ତେ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?