ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି ଖାଉଥିବା ଏକ ବୁଲା ହନୁ ମାଙ୍କଡ଼ ଅପରାହ୍ନ ପ୍ରାୟ ୩ଟା ସମୟରେ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଥିବା ଏକ ଗୁପଚୁପ ଦୋକାନକୁ ଆସିଥିଲା।
ଗୁପଚୁପ ବେପାରୀ ମାଙ୍କଡ଼ଟିକୁ କିଛି ଗୁପଚୁପ ଖାଇବାକୁ ଦେଇଥିଲେ। ଖାଇ ସାରିବା ପରେ ମାଙ୍କଡ଼ଟି ସିଧା ଗୁପଚୁପ ବାକ୍ସ ଉପରକୁ ଚଢ଼ି ଯାଇ ସେଠାରେ ଆରାମରେ ଶୋଇ ପଡ଼ିଥିଲା। ଦୋକାନୀ ତାକୁ ଉଠାଇବାକୁ ବାରମ୍ବାର ଚେଷ୍ଟା କରିଥିଲେ ମଧ୍ୟ ମାଙ୍କଡ଼ଟି ନିର୍ବିଘ୍ନରେ ଶୋଇ ରହିଥିଲା। ଫଳରେ କିଛି ସମୟ ପାଇଁ ଦୋକାନୀଙ୍କୁ ଗୁପଚୁପ ବିକ୍ରିରେ ଅସୁବିଧା ହୋଇଥିଲା।

ଗୁପଚୁପ ଷ୍ଟଲ୍‌ ଉପରେ ମାଙ୍କଡ଼ଟିର ଏଭଳି ଆରାମଦାୟକ ନିଦ ଦୋକାନୀ ଓ ଗ୍ରାହକଙ୍କ ମଧ୍ୟରେ କୌତୂହଳ ସୃଷ୍ଟି କରିଥିଲା। ବଜାରରେ ଲୋକଙ୍କ ଚଳପ୍ରଚଳ ଓ ଗହଳି ସତ୍ତ୍ୱେ ମାଙ୍କଡ଼ଟି କୌଣସି ଭୟ ନକରି ବାକ୍ସ ଉପରେ ଶୋଇ ରହିଥିଲା। ଏହି ରୋଚକ ଦୃଶ୍ୟକୁ ଉପସ୍ଥିତ ଲୋକେ ମୋବାଇଲ୍‌ କ୍ୟାମେରାରେ କଏଦ କରିଥିଲେ।
ପ୍ରାୟ ଦେଢ଼ ଘଣ୍ଟା ପରେ ପ୍ରବଳ ବର୍ଷା ଆରମ୍ଭ ହେବାରୁ ମାଙ୍କଡ଼ଟି ଗୁପଚୁପ ବାକ୍ସ ଉପରୁ ଡେଇଁ ଚାଲିଯାଇଥିଲା। ମାଙ୍କଡ଼ଟିର ଏଭଳି ରୋଚକ କାରନାମା ସ୍ଥାନୀୟ ଦୋକାନୀ ଓ ଗ୍ରାହକଙ୍କ ମଧ୍ୟରେ ଦିନତମାମ ଚର୍ଚ୍ଚାର ବିଷୟ ପାଲଟିଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri