ଯୌନ ସମ୍ପର୍କ ଦ୍ୱାରା ବି ହୋଇଥାଏ ମଙ୍କିପକ୍ସ ସଂକ୍ରମଣ, କହିଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା,୨୫।୧୧ : ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପ୍ରଥମ ଥର ପାଇଁ ନିଶ୍ଚିତ କରିଛି ମଙ୍କିପକ୍ସ ମଧ୍ୟ ଯୌନ ସମ୍ପର୍କ ମାଧ୍ୟମରେ ବିସ୍ତାର ହୋଇପାରେ। ଆଫ୍ରିକୀୟ ଦେଶ କଙ୍ଗୋରେ ମଙ୍କିପକ୍ସ ସଂକ୍ରମଣ ବହୁ ପରିମାଣରେ ବ୍ୟାପିଛି। ଆଫ୍ରିକୀୟ ବୈଜ୍ଞାନିକମାନେ ଚେତାବନୀ ଦେଇଛନ୍ତି ଯଦି ଏହା ବର୍ତ୍ତମାନ ନିୟନ୍ତ୍ରିତ ନ ହୁଏ ତେବେ ଏହା ଅତ୍ୟନ୍ତ ବିପଜ୍ଜନକ ହୋଇପାରେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ନିଶ୍ଚିତ କରିଛି ମଙ୍କିପକ୍ସ ସଂକ୍ରମଣ ଯୌନ ସମ୍ପର୍କ ମାଧ୍ୟମରେ ହୋଇପାରେ ।

ସଂଗଠନ କହିଛି ବେଲଜିୟମ ବ୍ୟକ୍ତି ମାର୍ଚ୍ଚରେ କଙ୍ଗୋ ଗସ୍ତ କରିଥିଲେ ଏବଂ ମଙ୍କିପକ୍ସ ପାଇଁ ପଜିଟିଭ ପରୀକ୍ଷା କରିଥିଲେ। ସଂକ୍ରମିତ ବ୍ୟକ୍ତି ସମଲିଙ୍ଗୀ ଏବଂ କଙ୍ଗୋରେ ଅନେକ ଲୋକଙ୍କ ସହ ତାଙ୍କର ଶାରୀରିକ ସମ୍ପର୍କ ଥିଲା। ବେଲଜିୟମର ବ୍ୟକ୍ତିଙ୍କ ସହ ଶାରୀରିକ ସମ୍ପର୍କ ଥିବା ଅନ୍ୟ ପାଞ୍ଚଜଣଙ୍କୁ ମଧ୍ୟ ମଙ୍କିପକ୍ସରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଏହାକୁ ଭିତ୍ତିକରି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହା ନିଶ୍ଚିତ କରିଛି।

ବୈଜ୍ଞାନିକମାନେ କହିଛନ୍ତି ଏହା ହେଉଛି ପ୍ରଥମ ପ୍ରମାଣ ଯାହା ଦର୍ଶାଉଛି ମଙ୍କିପକ୍ସ ଯୌନ ସମ୍ପର୍କ ମାଧ୍ୟମରେ ବିସ୍ତାର ହୋଇପାରେ, ଯଦିଓ ସଂଗଡନ ପକ୍ଷରୁ ପୂର୍ବରୁ ଏହି ଦାବିକୁ ପ୍ରତ୍ୟାଖ୍ୟାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?