ଘାରିଲା ମଙ୍କିପକ୍ସ ସଂକ୍ରମଣ ଚିନ୍ତା

ଢେଙ୍କାନାଳ ଅଫିସ, ୨୭।୭ – ମଙ୍କିପକ୍ସକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ଲୋବାଲ୍‌ ହେଲ୍‌ଥ ଏମର୍ଜେନ୍ସି ଭାବେ ଘୋଷଣା କରାଯିବା ପରେ ଏହାକୁ ନେଇ ରାଜ୍ୟ ସରକାର ସତର୍କ ହୋଇ ଉଠିଛନ୍ତି। ଏହି ମାରାତ୍ମକ ସଂକ୍ରାମକ ରୋଗ ସଂକ୍ରମଣ ପ୍ରତି ତୀକ୍ଷ୍ଣ ନଜର ରଖିବାକୁ ଜିଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ତଦନୁଯାୟୀ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ଭିଡିଓ କନଫରେନ୍ସ ହଲ୍‌ରେ ମଙ୍ଗଳବାର ମଙ୍କିପକ୍ସ ସଂକ୍ରମଣରୁ ସୁରକ୍ଷା, କୋଭିଡ୍‌ ପରିଚାଳନାର ସମୀକ୍ଷା କରାଯିବା ସହ ଉନ୍ନୟନମୂଳକ କାର୍ଯ୍ୟ ଉପରେ ଗୁରୁତ୍ୱାରୋପ କରାଯାଇଛି।
ବିଦେଶ ଫେରନ୍ତା ମଙ୍କିଫକ୍ସ ଭୂତାଣୁ ବାହକ ହୋଇପାରନ୍ତି। ତେଣୁ ବାହାର ଦେଶରୁ ଆସୁଥିବା ବ୍ୟକ୍ତିଙ୍କ ଉପରେ ନଜର ରଖିବାକୁ ଜିଲାପାଳ ସରୋଜ କୁମାର ସେଠୀ ପରାମର୍ଶ ଦେଇଛନ୍ତି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ଝାଡ଼ାବାନ୍ତି ସହ କୋଭିଡ୍‌ ସଂକ୍ରମଣ ବଢ଼ିବାରେ ଲାଗିଛି। ଢେଙ୍କାନାଳ ଜିଲାର ସମ୍ଭାବ୍ୟ ପ୍ରଭାବିତ ସ୍ଥାନଗୁଡ଼ିକ ଉପରେ ସତର୍କ ଦୃଷ୍ଟି ରଖିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଝାଡ଼ାବାନ୍ତିପ୍ରବଣ ଅଞ୍ଚଳରେ ଆଶା, ଅଙ୍ଗନୱାଡି କର୍ମୀ, ସ୍ବାସ୍ଥ୍ୟ କର୍ମୀଙ୍କ ପାଖରେ ଜରୁରିକାଳୀନ ଔଷଧ ମହଜୁଦ ରଖିବା, ପାନୀୟ ଜଳ ଉତ୍ସଗୁଡ଼ିକୁ ନିୟମିତ ବ୍ୟବଧାନରେ ବିଶୋଧନ କରିବାକୁ କୁହାଯାଇଛି।
କଙ୍କଡ଼ାହାଡ଼, ପରଜଙ୍ଗ ବ୍ଲକ ଅଞ୍ଚଳରେ ସାପକାମୁଡ଼ା ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାପ କାମୁଡ଼ିଲେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ନ ହୋଇ ଡାକ୍ତରଖାନା ଆସିବାକୁ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ସଚେତନ କରିବା ଲାଗି ବିହିତ ବ୍ୟବସ୍ଥା ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି। ସ୍କୁଲ, କଲେଜରେ ମାସ୍କ ପରିଧାନ, ଟିକାକରଣ କାର୍ଯ୍ୟକ୍ରମ ତ୍ୱରାନ୍ବିତ କରିବା, ଭିତ୍ତିଭୂମି ବିଷୟରେ ସବିଶେଷ ବିବରଣୀ ପ୍ରଦାନ, ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ତାଲିକାଭୁକ୍ତ କରିବା ପାଇଁ ବିଡିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଦୁର୍ଗମ ଅଞ୍ଚଳର ଶିଶୁଙ୍କୁ ସୁଷମ ଖାଦ୍ୟ ଯୋଗାଣ ଏବଂ ଶିକ୍ଷାଦାନ ପାଇଁ ନୂତନ ଅଙ୍ଗନୱାଡି କେନ୍ଦ୍ର ଖୋଲିବା ପାଇଁ ପ୍ରସ୍ତାବ ଦେବାକୁ ପରାମର୍ଶ ଦିଆଯାଇଛି।
ଜିଲାରେ କୋଭିଡ୍‌ ସଂକ୍ରମଣ ବଢ଼ିଲେ ରୋଗୀଙ୍କ ଚିକିତ୍ସା ଲାଗି କୋଭିଡ୍‌ ଚିକିତ୍ସାଳୟ ଓ ରାପିଡ୍‌ ରେସପନ୍ସ ଟିମ ପ୍ରସ୍ତୁତ ରହିଛି। ତଥାପି ଯଥାସମ୍ଭବ ସଂକ୍ରମଣ ଏଡ଼ାଇବା ଲାଗି ସତର୍କତା ଅବଲମ୍ବନ କରିବାକୁ ଜିଲାପାଳ ଜିଲାବାସୀଙ୍କୁ ନିବେଦନ କରିଛନ୍ତି। ବାସିଖାଦ୍ୟ, ଦୂଷିତ ପାନୀୟ ଜଳ ବ୍ୟବହାର ନ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ପରାମର୍ଶ ଦେଇଛନ୍ତି ା
ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ଆପାତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହାପାତ୍ର, ଓସ୍‌ଡମା ଅଧିକାରୀ ସଙ୍ଗୀତା ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri