ମଙ୍କିପକ୍ସ: ନ୍ୟୁୟର୍କରେ ଘୋଷଣା ହେଲା ହେଲ୍‌ଥ ଏମରଜେନ୍ସ

ନ୍ୟୁୟର୍କ,୧ ।୮: ସାରା ବିଶ୍ୱରେ ମାଡି ଚାଲିଲାଣି ମଙ୍କିପକ୍ସ । ନ୍ୟୁୟର୍କରେ ଏହ ବେଳେକୁ ବେଳ ଅଧିକ ହେଉଥିବାରୁ ସେଠାରେ ଜନସ୍ୱାସ୍ଥ୍ୟ ହେଲ୍‌ଥ ଏମରଜେନ୍ସି ଘୋଷଣା କରିଛି । ୟୁରୋପ ସହ ଆମେରିକାରେ ବେଳକୁ ବେଳ ମଙ୍କିପକ୍ସ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ନ୍ୟୁୟର୍କ ଏହି ସଂକ୍ରମଣ ସବୁଠାରୁ ଅଧିକ ଦେଖାଦେଇଛି ।
ନ୍ୟୁୟର୍କର ମେୟର ଏରିକ ଏଡମ୍ସ ଓ ସ୍ୱାସ୍ଥ୍ୟ ସଚିବ ଅଶ୍ୱିନ ୱାସନ କହିଛନ୍ତି, ଏଠାରେ ୧,୫୦ଲକ୍ଷ ନାଗରିକ ସଂକ୍ରମିତଙ୍କ ମଧ୍ୟରେ ଆସିପାରନ୍ତି । ରୋଗ ନିୟନ୍ତ୍ରଣ ଓ ପ୍ରତିରୋଧ କେନ୍ଦ୍ରର ତଥ୍ୟ ଅନୁସାରେ ନ୍ୟୁୟର୍କରେ ଶୁକ୍ରବାର ସୁଦ୍ଧା ୧,୩୪୫ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ୭୯୯ ଜଣ ସହ କାଲିଫର୍ନିଆ ଦ୍ୱିତୀୟ ସ୍ଥାନରେ ରହିଛି । ଜୁଲାଇ ୨୩ରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ମଙ୍କିପକ୍ସକୁ ବିଶ୍ୱ ସ୍ୱାସ୍ଥ୍ୟ ଏମରଜେନ୍ସି ପରିସ୍ଥିତି ଘୋଷଣା କରିଥିଲା । ଏହି ରୋଗ କେନ୍ଦ୍ରୀୟ ଓ ପଶ୍ଚିମ ଆଫ୍ରିକାରେ କିଛି ଦଶନ୍ଧି ଧରି ରହି ଆସିଛି, ହେଲେ ଏହା ବାହାରେ ବିସ୍ତାରଲାଭ କରି ନ ଥିଲା । ଏପର୍ଯ୍ୟନ୍ତ ଭାରତରେ ୪ ମଙ୍କିପକ୍ସ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏଥିରେ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି ।
ଡବ୍ଲୁଏଚଓର ସୂଚନା ଅନୁଯାୟୀ, ଚଳିତ ବର୍ଷ ମେ’ ମାସ ପରେ ୮୦ ଦେଶରେ ୨୨ହଜାରରୁ ଅଧିକ ମଙ୍କିପକ୍ସ ମାମଲା ସାମ୍ନାକୁ ଆସିଲାଣି । ଏହା ମଧ୍ୟରୁ ୭୫ ପ୍ରତିଶତ ଆଫ୍ରିକା ନାଇଜେରିଆର କଙ୍ଗୋରେ ୭୫ ଜଣଙ୍କ ମୃତ୍ୟୁ ହୋଇଛି । ବ୍ରାଜିଲ ଓ ସ୍ପେନରେ ବି ମଙ୍କିପକ୍ସ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri