ଆର୍‌ଏମ୍‌ଆର୍‌ସିରେ ହେବ ମଙ୍କିପକ୍ସ ପରୀକ୍ଷା

ଭୁବନେଶ୍ୱର, ୧।୮(ବ୍ୟୁରୋ): ଭୁବନେଶ୍ବରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି)ରେ ମଙ୍କିପକ୍ସ ଟେଷ୍ଟିଂ ହେବ। ଏ ସମ୍ପର୍କରେ ରବିବାର ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇ କହିଛନ୍ତି, ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆର୍‌ଏମ୍‌ଆର୍‌ସିକୁ ମଙ୍କିପକ୍ସ ଟେଷ୍ଟିଂ ଲାବ୍‌ରେ ସାମିଲ କରିବାକୁ ନିଷ୍ପତ୍ତି ହୋଇଛି। ଏନେଇ ଆଇସିଏମ୍‌ଆର ଓ ସ୍ବାସ୍ଥ୍ୟ ମନ୍ତ୍ରଣାଳୟକୁ ଅନୁମତି ମାଗିବୁ। ରାଜ୍ୟ ସରକାର ଚିଠି କରିବେ। ଅନୁମତି ମିଳିଲେ ଖୁବ୍‌ଶୀଘ୍ର ଆର୍‌ଏମ୍‌ଆର୍‌ସିରେ ପରୀକ୍ଷା ହେବ ବୋଲି ଡା. ପତି କହିଛନ୍ତି।
ସୂଚନାଯୋଗ୍ୟ, ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ମଙ୍କିପକ୍ସ ୭୮ଟି ଦେଶରେ କାୟା ବିସ୍ତାର କରି ସାରିଛି। ବିଶ୍ବରେ ୨୧ ହଜାର ରୋଗୀ ମଙ୍କିପକ୍ସରେ ଆକ୍ରାନ୍ତ ହୋଇଥିବାବେଳେ ଭାରତରେ ୪ ଜଣ ଚିହ୍ନଟ ହୋଇଛନ୍ତି। କିନ୍ତୁ ଓଡ଼ିଶାରେ ଏ ପର୍ଯ୍ୟନ୍ତ କେହି ଚିହ୍ନଟ ହୋଇ ନାହାନ୍ତି। ମଙ୍କିପକ୍ସ ସାଧାରଣତଃ ଚିକେନପକ୍ସ ଓ ମିଳିମିଳା ଭଳି ଏକ ରୋଗ। ଏହା ନିଃଶ୍ବାସ ପ୍ରଶ୍ବାସ ଓ କାଶିବା ଦ୍ବାରା ସାଧାରଣତଃ ବ୍ୟାପିଥାଏ। ଏଥିରେ ଆକ୍ରାନ୍ତ ରୋଗୀଙ୍କଠାରେ ପ୍ରଥମ ଅବସ୍ଥାରେ ଦୁର୍ବଳ ଲାଗିବା, ପିଠିରେ ଯନ୍ତ୍ରଣା ହେବା, ଦେହ-ହାତ କୁଣ୍ଡାଇ ହେବା ଭଳି ଲକ୍ଷଣ ପ୍ରକାଶ ପାଇଥାଏ। ପରେ ହାତ ପାଦ ଓ ମୁହଁରେ ଘା’ ବାହାରିଥାଏ। ସନ୍ଦିଗ୍ଧ ରୋଗୀ ଏଥିପାଇଁ ୨୧ ଦିନ ପାଇଁ ସଙ୍ଗରୋଧରେ ରହିବା ସହିତ ଡାକ୍ତରଙ୍କ ପରାମର୍ଶ ନେବା ଉଚିତ। ମଙ୍କିପକ୍ସ ଭୂତାଣୁ ଚିହ୍ନଟ ପାଇଁ ଦେଶର୧୫ଟି ସ୍ଥାନରେ ନମୁନା ପରୀକ୍ଷଣ ବ୍ୟବସ୍ଥା ଥିବାବେଳେ ଖୁବ୍‌ଶୀଘ୍ର ଓଡ଼ିଶାରେ ଏହି ସୁବିଧା ଉପଲବ୍ଧ ହେବ। ଭୁବନେଶ୍ବରସ୍ଥିତ ଆର୍‌ଏମ୍‌ଆର୍‌ସିଠାରେ ମଙ୍କିପକ୍ସ ନମୁନା ପରୀକ୍ଷା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ମଙ୍କିପକ୍ସର ଚିକିତ୍ସା ପାଇଁ ମେଡିସିନ ବିଭାଗ ପ୍ରଫେସର ଡା. ଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବିଶେଷଜ୍ଞମାନଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri