Categories: ଜାତୀୟ

ରାଜଧାନୀରେ ବଢ଼ୁଛି ମଙ୍କିପକ୍ସ ମାମଲା: ପୁଣି ୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୯: କରୋନା ପରେ ଏବେ ରାଜଧାନୀ ଦିଲ୍ଲୀରେ ମଙ୍କିପକ୍ସ କାୟା ମେଲାଇଲାଣି। ଗୁରୁବାର ନୂଆ ୩ଜଣ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାକୁ ନେଇ ଏବେ ସ୍ବାସ୍ଥ୍ୟ ବିଭାଗର ଚିନ୍ତାର କାରଣ ପାଲଟିଛି। ବର୍ତ୍ତମାନ ୫ଜଣ ମଙ୍କିପକ୍ସ ଆକ୍ରାନ୍ତ ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ନାଗରିକ ହସ୍ପିଟାଲ(ଏଲ୍‌ଏନ୍‌ଜେପି) ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Share