ପାକିସ୍ତାନରେ ମଙ୍କିପକ୍ସର ପ୍ରଥମ ମାମଲା ଚିହ୍ନଟ, ଭାରତ ପାଇଁ ବଢିଲା ଚିନ୍ତା

ଇସଲାମାବାଦ,୧୬।୮: ମଙ୍କିପକ୍ସ ଜୀବାଣୁ ବିପଦକୁ ଦୃଷ୍ଟିରେ ରଖି ବିଶ୍ୱ ସ୍ବସ୍ଥ୍ୟ ସଂଗଠନ (ଡବ୍ଲ୍ୟଏଚ୍‌ଓ) ବିଶ୍ୱବ୍ୟାପୀ ସତର୍କ ସୂଚନା ଜାରି କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ରୋଗ ଆଫ୍ରିକୀୟ ଦେଶରେ ବ୍ୟାପିଥିଲା। ବର୍ତ୍ତମାନ ପାକିସ୍ତାନରେ ମଙ୍କିପକ୍ସର ପ୍ରଥମ ମାମଲା ସାମ୍ନାକୁ ଆସିଛି, ଯାହା ଭାରତ ପାଇଁ ମଧ୍ୟ ଚିନ୍ତାର ବିଷୟ, କାରଣ ମଙ୍କିପକ୍ସ ଜୀବାଣୁ ମଧ୍ୟ କରୋନା ପରି ବ୍ୟାପିଥାଏ। ବର୍ତ୍ତମାନ ପାକିସ୍ତାନ ଏକ ସତର୍କ ସୂଚନା ଜାରି କରିଛି। ଗୁରୁବାର ପାକିସ୍ତାନର ଖେବର ପାଖ୍ଟନଖୱାଠାରେ ଏହି ପ୍ରଥମ ମାମଲା ସାମ୍ନାକୁ ଆସିଛି।

ଚଳିତ ବର୍ଷ ପାକିସ୍ତାନରେ ମଙ୍କିପକ୍ସର ଏହା ପ୍ରଥମ ଘଟଣା। ଯେଉଁ ବ୍ୟକ୍ତିଙ୍କର ଲକ୍ଷଣ ଅଛି ସେ ନିକଟରେ ସାଉଦି ଆରବରୁ ନିଜ ଦେଶକୁ ଫେରିଛନ୍ତି। ପାକିସ୍ତାନୀ ସ୍ବସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଯୁବକଙ୍କର ମଙ୍କିପକ୍ସ ନିଶ୍ଚିତ ହୋଇଛି ଏବଂ ସେ ଚିକିତ୍ସିତ ହେଉଛନ୍ତି। ସେ ଅଗଷ୍ଟ ୩ ରେ ସାଉଦି ଆରବରୁ ଫେରିଥିଲେ। ଏହା ପରେ ତାଙ୍କ ନମୁନା ନିଆଯାଇଥିଲା। ଯେଉଁଥିରେ ତାଙ୍କ ପଜିଟିଭ ଥିବା ଜଣାପଡିଛି। ଅନ୍ୟପଟେ ସ୍ଥାନୀୟ ନାଗରିକଙ୍କ ପାଇଁ ମଧ୍ୟ ଏଡଭାଇଜରୀ ଜାରି କରିଦିଆଯାଇଛି। ସମସ୍ତ ଭିତର ଓ ବାହାର ମାର୍ଗରେ କଡା ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri