Posted inଫୁରସତ

ଗୋଟିଏ କୋଠାରୁ ଆଉ ଗୋଟିଏ କୋଠାକୁ ଯିବାକୁ ମାଙ୍କଡ଼ କଲା ଏମିତି, ଦେଖିଲେ ଘଡ଼ିଏ ଅଟକି ଯିବେ

ସାଧାରଣତଃ ମାଙ୍କଡ଼ମାନେ ଉପଦ୍ରବ କରନ୍ତି ବୋଲି ସମସ୍ତେ ଜାଣନ୍ତି। କିଛି ଲୋକ ମାଙ୍କଡ଼କୁ ଭଗବାନ ବୋଲି ମାନୁଥିବା ବେଳେ ଆଉ କିଛି ଲୋକ ମାଙ୍କଡ଼ ଦେଖିଲେ ଡରନ୍ତି। ମାତ୍ର ବେଳେବେଳେ ଏହି ମାଙ୍କଡ଼ମାନେ ଏମିତି କିଛି କରିଥାନ୍ତି ଯାହା ଦେଖିଲେ ଆଶ୍ଚର୍ଯ୍ୟ ଲାଗେ।

ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ ଏବେ ଭାଇରାଲ ହେଉଛି। ଭିଡିଓରେ ଏକ ମାଙ୍କଡ଼ ମଣିଷ ପରି ବୁଦ୍ଧି ଖର୍ଚ୍ଚ କରିଛି। ଭିଡିଓରେ ମାଙ୍କଡ଼ ବିପଦପୂର୍ଣ୍ଣ ଷ୍ଟଣ୍ଟ୍‌ କରୁଥିବା ନଜର ଆସିଛି। ବର୍ତ୍ତମାନ ଏହି ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି।

ଭିଡିଓକୁ ଆଇଏଏଫ୍‌ଏସ ପରଓ୍ବିନ୍‌ କାଶଓ୍ବାନ୍‌ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପଶନ ଲେଖିଛନ୍ତି, ‘ଓ୍ବାନ୍‌ ଲାଇଫ୍‌’।

ଭିଡିଓରେ କିଛି ମାଙ୍କଡ଼ ଗୋଟିଏ ଛାତ ଉପରେ ବସିଥିବା ନଜର ଆସିଛନ୍ତି। ଏହି ମାଙ୍କଡ଼ମାନଙ୍କ ମଧ୍ୟରୁ ଗୋଟିଏ ମାଙ୍କଡ଼ ଅପରପାର୍ଶ୍ୱ କୋଠାକୁ ଯିବାକୁ ପୂରା ଫିଲ୍ମ ଷ୍ଟାଇଲ୍‌ରେ ଷ୍ଟଣ୍ଟ୍‌ କରିଛି। ଯାହାକୁ ଦେଖିଲେ ଆପଣ ଭୟ କରିଯିବେ। ମାତ୍ର ମାଙ୍କଡ଼ଟି ଆରାମରେ ଇଲେକ୍ଟ୍ରି ତାରକୁ ଧରି ଆରପଟ କୋଠାକୁ ଚାଲିଯାଇଛି। ଏହି ମାଙ୍କଡ଼କୁ ଦେଖି ଅନ୍ୟମାନେ ମଧ୍ୟ ଏମିତି କରିଥିବା ଦେଖିବାକୁ ମିଳିଛି।

ଭିଡିଓକୁ ଦେଖି ବହୁ ଲୋକ ମଜା ନେଇଛନ୍ତି। କିଛି ଲୋକ କୌତୂହଳ ପୂର୍ଣ୍ଣ କମେଣ୍ଟ ବି ଦେଇଛନ୍ତି। ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି। ଜଣେ ୟୁଜର ଲେଖିଛନ୍ତି, ଆଜି ପୂରା ଝଡ଼ କରିଦେଲ। ସେହିପରି ଆଉ ଜଣେ ୟୁଜର ଲେଖିଛନ୍ତି, ‘ମିଶନ ଅସମ୍ଭବ’।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri