ମହିଳାଙ୍କ ମୃତଦେହ ନିକଟରେ ୪ ଘଣ୍ଟା ଲୁହ ଝରାଇଲା ହନୁ

ଏରସମା,୫।୩(ସ୍ବ.ପ୍ର.): ଜଣେ ମହିଳାଙ୍କ ମୃତ ଦେହ ନିକଟରେ ଏକ ବୁଲା ବାନର ଦୀର୍ଘ ୪ଘଣ୍ଟା ବସି ରହି ଲୁହ ଝରାଇଛି। ଏରସମା ବ୍ଳକ ଅନ୍ତର୍ଗତ ନୂଆଗାଁରେ ଘଟିଥିବା ଏହି ଘଟଣା ଆଲୋଚନାର ବିଷୟବସ୍ତୁ ହୋଇଛି। ଏହାକୁ ଦେଖିବାକୁ ଶତାଧିକ ଲୋକ ସମବେତ ହୋଇଥିଲେ। ନୂଆଗାଁର ସ୍ବର୍ଗତ ପ୍ରଦୀପ ଦାସଙ୍କ ସ୍ତ୍ରୀ ମଞ୍ଜୁ ଦାସ(୪୬)ଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ଜଣେ ଧର୍ମପରାୟଣ ମହିଳା ଥିଲେ। ତାଙ୍କ ଅକାଳ ବିୟୋଗରେ ବନ୍ଧୁ ପରିଜନଙ୍କ ମଧ୍ୟରେ ଶୋକର ଛାୟାଖେଳି ଯାଇଛି ା ଗ୍ରାମବାସୀ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ଉଦ୍ୟମ କରିବାବେଳେ ଏକ ବୁଲା ହନୁ ମାଙ୍କଡ଼ ସେଠାରେ ପହଞ୍ଚତ୍ ମୃତ ମଞ୍ଜୁଙ୍କ ଘର ଭିତରକୁ ପଶିଯାଇଥିଲା। ଲୋକେ ଏହା ଦେଖି ଆଡେଇ ହୋଇଯିବାରୁ ସେ ସିଧା ମଞ୍ଜୁଙ୍କ ମୃତଦେହ ନିକଟରେ ପହଞ୍ଚତ୍ ସେଠାରେ ବସିଥିଲା। ଉକ୍ତ ମାଙ୍କଡ଼ ସହ ମଞ୍ଜୁଙ୍କ କୌଣସି ସମ୍ପର୍କ ନ ଥିଲେ ମଧ୍ୟ ସେ ସେଠାରେ ଦୀର୍ଘ ସମୟ ଧରି ବସି ରହିଥିଲା। ହେଲେ କାହାର କିଛି କ୍ଷତି କରି ନ ଥିଲା ା ମାଙ୍କଡ଼ଟି ଅଧିକାଂଶ ସମୟରେ ମୃତଦେହ ନିକଟରେ ମୁଣ୍ଡ ତଳକୁ କରି ଲୁହ ଝରାଉଥିଲା ବୋଲି ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ଉକ୍ତ ମାଙ୍କଡ଼ଟି ସେଠାରୁ ପଳାଇଯିବା ପରେ ମୃତଦେହ ସଂସ୍କାର କରାଯାଇଥିଲା ବୋଲି ପରିବାର ସଦସ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri