ମହିଳାଙ୍କ ମୃତଦେହ ନିକଟରେ ୪ ଘଣ୍ଟା ଲୁହ ଝରାଇଲା ହନୁ

ଏରସମା,୫।୩(ସ୍ବ.ପ୍ର.): ଜଣେ ମହିଳାଙ୍କ ମୃତ ଦେହ ନିକଟରେ ଏକ ବୁଲା ବାନର ଦୀର୍ଘ ୪ଘଣ୍ଟା ବସି ରହି ଲୁହ ଝରାଇଛି। ଏରସମା ବ୍ଳକ ଅନ୍ତର୍ଗତ ନୂଆଗାଁରେ ଘଟିଥିବା ଏହି ଘଟଣା ଆଲୋଚନାର ବିଷୟବସ୍ତୁ ହୋଇଛି। ଏହାକୁ ଦେଖିବାକୁ ଶତାଧିକ ଲୋକ ସମବେତ ହୋଇଥିଲେ। ନୂଆଗାଁର ସ୍ବର୍ଗତ ପ୍ରଦୀପ ଦାସଙ୍କ ସ୍ତ୍ରୀ ମଞ୍ଜୁ ଦାସ(୪୬)ଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ଜଣେ ଧର୍ମପରାୟଣ ମହିଳା ଥିଲେ। ତାଙ୍କ ଅକାଳ ବିୟୋଗରେ ବନ୍ଧୁ ପରିଜନଙ୍କ ମଧ୍ୟରେ ଶୋକର ଛାୟାଖେଳି ଯାଇଛି ା ଗ୍ରାମବାସୀ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ଉଦ୍ୟମ କରିବାବେଳେ ଏକ ବୁଲା ହନୁ ମାଙ୍କଡ଼ ସେଠାରେ ପହଞ୍ଚତ୍ ମୃତ ମଞ୍ଜୁଙ୍କ ଘର ଭିତରକୁ ପଶିଯାଇଥିଲା। ଲୋକେ ଏହା ଦେଖି ଆଡେଇ ହୋଇଯିବାରୁ ସେ ସିଧା ମଞ୍ଜୁଙ୍କ ମୃତଦେହ ନିକଟରେ ପହଞ୍ଚତ୍ ସେଠାରେ ବସିଥିଲା। ଉକ୍ତ ମାଙ୍କଡ଼ ସହ ମଞ୍ଜୁଙ୍କ କୌଣସି ସମ୍ପର୍କ ନ ଥିଲେ ମଧ୍ୟ ସେ ସେଠାରେ ଦୀର୍ଘ ସମୟ ଧରି ବସି ରହିଥିଲା। ହେଲେ କାହାର କିଛି କ୍ଷତି କରି ନ ଥିଲା ା ମାଙ୍କଡ଼ଟି ଅଧିକାଂଶ ସମୟରେ ମୃତଦେହ ନିକଟରେ ମୁଣ୍ଡ ତଳକୁ କରି ଲୁହ ଝରାଉଥିଲା ବୋଲି ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ଉକ୍ତ ମାଙ୍କଡ଼ଟି ସେଠାରୁ ପଳାଇଯିବା ପରେ ମୃତଦେହ ସଂସ୍କାର କରାଯାଇଥିଲା ବୋଲି ପରିବାର ସଦସ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri