ଟ୍ରାଙ୍କୁଲାଇଜ୍‌ ଜରିଆରେ ହନୁ ଧରାପଡ଼ିଲା

କୁଜଙ୍ଗ, ୨୨।୫(ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକରେ ଦିନକୁ ଦିନ ମାଙ୍କଡଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଗତ ୩ ଦିନ ମଧ୍ୟରେ ବ୍ଲକ ଅନ୍ତର୍ଗତ ସନ୍ତରା ଗ୍ରାମରେ ମାଙ୍କଡ ପଲ ଆକ୍ରମଣରେ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ, ଜଣେ କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହୋଇଥିବାବେଳେ ୨ ଜଣଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଗତ ୩ ମାସ ମଧ୍ୟରେ ଏହି ଗ୍ରାମର ୨୦ରୁ ଉର୍ଦ୍ଧ୍ୱ ଲୋକ ମାଙ୍କଡ଼ କାମୁଡ଼ାରେ ଆହତ ହୋଇଛନ୍ତି। ଏନେଇ ଗ୍ରାମବାସୀ ବନ ବିଭାଗକୁ ଜଣାଇବା ପରେ ବନ ବିଭାଗ ପକ୍ଷରୁ ପ୍ରଥମେ କଦଳୀରେ ନିଶା ଦିଆଯାଇଥିଲା। ମାତ୍ର ମାଙ୍କଡମାନେ ନ ଖାଇବାରୁ ଭୁବନେଶ୍ୱରରୁ ଟ୍ରାଙ୍କୁଲାଇଜ୍‌ ଟିମ୍‌ ଡକାଯାଇଛି। ଶନିବାର ୩ ଜଣିଆ ଟିମ୍‌ ପହଞ୍ଚତ୍ କୁଜଙ୍ଗ ବନ ବିଭାଗ କର୍ମଚାରୀଙ୍କ ସହାୟତାରେ ଅପରାହ୍ନରେ ଏକ ହନୁ ମାଙ୍କଡ଼କୁ ଟ୍ରାଙ୍କୁଲାଇଜ୍‌ କରି କାବୁ କରାଯାଇଛି। ଉକ୍ତ ମାଙ୍କଡକୁ ବନ ବିଭାଗ କାର୍ଯ୍ୟାଳୟ ପରିସରରେ ଏକ ଯନ୍ତା ମଧ୍ୟରେ ରଖାଯାଇଛି। ମାଙ୍କଡଟି ଚେତାଶୂନ୍ୟ ଥିବାରୁ ତାକୁ ସାଲାଇନ୍‌ ଦିଆଯାଇଛି। ଚେତା ଫେରିଲେ କେନ୍ଦ୍ରାପଡ଼ା ଜିଲାର କନିକା ଜଙ୍ଗଲରେ ଛଡ଼ାଯିବ ବୋଲି ରେଞ୍ଜର ରଞ୍ଜନ ମିଶ୍ର କହିଛନ୍ତି। ମିଶ୍ର ଏହାର ନେତୃତ୍ୱ ନେଇଥିବାବେଳେ ଟ୍ରାଙ୍କୁଲାଇଜ ଟିମ୍‌ରେ ରାମ ଚନ୍ଦ୍ର କାଣ୍ଡି, ଦୁଷ୍ମନ୍ତ ନାୟକ ଓ ପ୍ରତାପ ରାଉତ ସାମିଲ ହୋଇଥିଲେ। ବନପାଳ ମହନ୍ତ ମଲ୍ଲିକ, ଗଗନ ମଲ୍ଲିକ ଓ ପ୍ରତାପ ଦାସ ପ୍ରମୁଖ ଏଥିରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri