ମୌସୁମୀ ସକ୍ରିୟ, ବଢ଼ିବ ବର୍ଷା: ଏହି ସବୁ ଜିଲାରେ…

ଭୁବନେଶ୍ୱର,୨୫ା୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି ସ୍ଥାନରେ ବର୍ଷା ହେଉଥିଲେ ମଧ୍ୟ ଆଗକୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୂଚନାନୁସାରେ, ବୁଧବାର ଅଧିକାଂଶ ଜିଲାରେ ଖରା ଓ ଗରମ ଅନୁଭୂତ ହୋଇଥିଲା। ନୂଆପଡ଼ା ଓ ଜଗତ୍‌ସିଂହପୁରରେ ସର୍ବାଧିକ ତାପମାତ୍ରା ୩୯ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଅନୁଗୋଳରେ ୩୮.୧, ତାଳଚେର ଓ ନୟାଗଡ଼ରେ ୩୮ ଡିଗ୍ରୀ ଛୁଇଁଥିଲା। ସେହିଭଳି ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୩୦.୫ ଡିଗ୍ରୀ ରେକର୍ଡ ହୋଇଥିଲା। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାକୁ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ମୌସୁମୀର ଦୁର୍ବଳ ସ୍ଥିତି ଯୋଗୁ ଗତ କିଛିଦିନ ଧରି ଅନେକ ସ୍ଥାନରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ବର୍ତ୍ତମାନର ପାଣିପାଗ ମଡେଲ ଅନୁସାରେ, ଆଗାମୀ ଦିନରେ ରାଜ୍ୟରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?